Latest Odisha News

BREAKING NEWS

ଗୋଟିଏ ଦିନରେ ଦେଶରୁ ୩୬ ହଜାରରୁ ଉର୍ଦ୍ଧ୍ବ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ୯୬ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ୩୬ ହଜାର ୬୫୨ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି।

ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି। ଗତ ୨୪ଘଣ୍ଟାରେ ୪୨,୫୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୧୨ ଜଣଙ୍କ ମୃତ୍ୟୁ ଘଟିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୯୬,୦୮,୨୧୧ ରେ ପହଞ୍ଚିଛି । ଏହା ମଧ୍ୟରୁ ୪,୦୯,୬୮୯ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୩୯,୭୦୦କୁ ବୃଦ୍ଧି ପାଇଛି ।

ତେବେ ଦେଶର ମୋଟ ଆରୋଗ୍ୟଙ୍କ ସଂଖ୍ୟା ୯୦,୫୮,୮୨୨ ରେ ପହଞ୍ଚିଛି ।

Leave A Reply

Your email address will not be published.