Latest Odisha News

BREAKING NEWS

ଭାରତରେ ୨୪ ଘଣ୍ଟାରେ ୩ ଲକ୍ଷ ୪୩ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୪ ହଜାର ମୃତ

ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୨,୪୦,୪୬,୮୦୯କୁ ଛୁଇଁଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି।

କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୩,୪୩,୧୪୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୪ ହଜାର ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ସେହିପରି ସୁସ୍ଥ ହୋଇଛନ୍ତି ୩,୪୪,୭୭୬।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୩୭,୦୪,୮୯୩ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୨,୬୨,୩୧୭ ଜଣ ପ୍ରାଣ ହରାଇଛନ୍ତି।

ଆହୁରି ମଧ୍ୟ ସମସ୍ତ ୨,୦୦,୭୯,୫୯୯ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି।

Leave A Reply

Your email address will not be published.