ଓଡ଼ିଶାରେ ୩ ଲକ୍ଷ ୨୯ ହଜାର ଟପିଲା ଆରୋଗ୍ୟ ମାମଲା

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୨୫୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୯ ହଜାର ୦୮୮ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଷ୍ଟେଟ୍ ପୁଲ ସମେତ ୨୫ ଜିଲ୍ଲାରୁ କରୋନା ରୋଗୀ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୯କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୮୯୮ରେ ପହଞ୍ଚିଛି।