Latest Odisha News

BREAKING NEWS

କଟକରେ ହଜାର ଟପିଲା କରୋନା ଆରୋଗ୍ୟଙ୍କ ସଂଖ୍ୟା; ୪୭ ନୂଆ ଆକ୍ରାନ୍ତ

କଟକ: କଟକରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୪୩୧ରେ ପହଞ୍ଚିଛି।ଏହାଛଡା ଏଯାବତ୍‌ ପ୍ରାୟ ହଜାରରୁ ଉର୍ଦ୍ଧ୍ୱ ବ୍ୟକ୍ତି ସୁସ୍ଥ ହୋଇଛନ୍ତି ।

ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ ।

ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ବ୍ୟକ୍ତିଙ୍କ ମଧ୍ୟରେ ସର୍ବାଧିକ ୩୨ କଟକ ମହାନଗର ନିଗମ ଅଞ୍ଚଳର ରହିଛନ୍ତି । ସେହିପରି ବାରଙ୍ଗ (୯), ତିଗିରିଆ (୧), କଟକ ସଦରରୁ (୧), ସାଲେପୁର (୧), ଏନ୍‌. କୋଇଲିରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, କଟକରେ ବର୍ତ୍ତମାନ ୪୦୩ଟି ସକ୍ରିୟ ମାମଲା ରହିଥିବା ବେଳେ ୧,୦୧୬ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଏହାବ୍ୟତିତ ୯ ଜଣ କରୋନା ରୋଗୀ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.