Latest Odisha News

BREAKING NEWS

ଭୁବନେଶ୍ୱରରେ ୨୯ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୮୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମଣ ସଂଖ୍ୟା ୨୯ ହଜାର ଟପିଛି ।

ଏନେଇ ଟ୍ୱିଟ୍ କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୯ ଜଣ କ୍ୱାରେଣ୍ଟାଇନ୍ ଏବଂ ୬୮ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୯,୦୭୨ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୫୭୦ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୭,୩୧୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୬୪ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.