Latest Odisha News

BREAKING NEWS

ଦୈନିକ ହେବ ୭୦ ହଜାର ଟେଷ୍ଟ

ଭୁବନେଶ୍ବର : ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ପଜିଟିଭ୍ ହାର ତୁଳନାରେ ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି । ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ପରେ ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ।

BjdElectrycity

ଦେଶରେ ମେ ୮ ତାରିଖରେ ସଂକ୍ରମଣ ପିକରେ ଥିଲା । ଏହା ବର୍ତ୍ତମାନ ହ୍ରାସ ପାଇବାରେ ଲାଗିଛି । ସେହିପରି ଓଡ଼ିଶାରେ ମଧ୍ୟ ସଂକ୍ରମଣ କମିବାରେ ଲାଗିଛି । ଓଡିଶାରେ ସଂକ୍ରମଣ ମେ ୧୩ ତାରିଖରେ ସର୍ବାଧିକ ହୋଇଥିଲା । ଏବଂ ଏହାପରଠାରୁ ଆକ୍ରାନ୍ତ ସଂଖ୍ୟା କମିବାରେ ଲାଗିଛି । ରାଜ୍ୟରେ ପଜିଟିଭ୍ ହାର ଗତ ସପ୍ତାହରେ ୨୧ ପ୍ରତିଶତ ଥିବାବେଳେ ବର୍ତ୍ତମାନ ଏହା ୧୮ ପ୍ରତିଶତକୁ ହ୍ରାସ ପାଇଛି । ଟେଷ୍ଟ ସଂଖ୍ୟା ବୃଦ୍ଧି ପାଇବା ସତ୍ତ୍ବେ, ସଂକ୍ରମଣ କମିବା ଏକ ଭଲ ସୂଚନା ବୋଲି କହିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ । ଆଗାମୀ ସପ୍ତାହ ମଧ୍ୟରେ ଟେଷ୍ଟ ସଂଖ୍ୟା ୭୦ ହଜାରକୁ ବୃଦ୍ଧି କରାଯିବ ବୋଲି ସେ କହିଛନ୍ତି ।

ସେହିପରି ରାଜ୍ୟରେ ମୃତ୍ୟୁହାର ୦.୪୦ରୁ ହ୍ରାସ ପାଇ ୦.୩୭ ହୋଇଛି । ଗତ ୧୫ ଦିନର ମୃତ୍ୟୁହାରକୁ ଲକ୍ଷ୍ୟ କଲେ ଏହା ୦.୧୬ ଅଛି । ଯାହାକି ସାରା ଭାରତରେ ସର୍ବନିମ୍ନ । ଏହାସହ ରାଜ୍ୟରେ ICU ବେଡ୍‌ର ସଂଖ୍ୟା ବୃଦ୍ଧି କରାଯାଇଛି ଏବଂ ଖୁବ୍‌ଶୀଘ୍ର ଆଉ ୩୬୮ଟି ICU ବେଡ୍‌ର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ।

Leave A Reply

Your email address will not be published.