Latest Odisha News

BREAKING NEWS

ଭାରତରେ ୨୬ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ, କେତେ ଛୁଇଁଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଅନ୍ୟ ସଂକ୍ରମିତ ରାଷ୍ଟ୍ର ଭଳି ଭାରତରେ ମଧ୍ୟ ଏବେ କରୋନା ନିଜର କାୟା ବିସ୍ତାର କରିବାରର ଲାଗିଛି ।

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୬,୪୯୬ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୮୬ଟି ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୪୯ ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୬୮୧ରେ ପହଞ୍ଚିଛି ।

ବର୍ତ୍ତମାନ ସୁଦ୍ଧା ୧୯୮୬୮ ସକ୍ରିୟ ମାମଲା ରହିଥିବା ବେଳେ ୫୮୦୪ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.