Latest Odisha News

BREAKING NEWS

କରୋନା ଅପଡେଟ: ଓଡିଶା ସମେତ, ଦେଶ ଓ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ବର୍ତ୍ତମାନ ସନ୍ଧ୍ୟା ସୁଦ୍ଧା ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ରେ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୬୦ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।

ଭାରତ ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୬,୪୩୭ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୧,୫୬୬ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ୍ ୧୨,୮୪୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୪୬,୨୨୫ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୨,୫୨,୪୦୮ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୦୦,୨୦୩ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.