ଭୁବନେଶ୍ୱର: ଓଡ଼ିଶାରେ ସୋମବାର ସନ୍ଧ୍ୟା ୬ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୩ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୮୫ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।
ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୩୫୨ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୨୨୧୩ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୨୧,୦୯୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୦୧,୭୪୨ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୨,୮୪,୧୯୮ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୧୫,୦୨,୬୭୦ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।
Comments are closed.