ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ଟିକାକରଣ । ଦ୍ୱିତୀୟ ଦିନରେ ୩୧ହଜାର ୯୦୨ ଜଣଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ୩୮୦ ସେସନ ମାଧମରେ ୩୧,୯୦୨ ଜଣଙ୍କୁ ଟିକାକରଣ କରାଯିବ । ଆଜିଠୁ ୨୫ ତାରିଖ ଯାଏ ୧୬ଶହ ୯୮ଟି ସେସନରେ ୧ ଲକ୍ଷ ୭୮ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।

କେଉଁ ଦିନ କେତେ ସେସନରେ ଟିକାକରଣ ହେବ ତାହା ନିର୍ଦ୍ଧାରିତ ହୋଇଛି । ୧୯ତାରିଖରେ ୧୯୨ଟି, ୨୦ତାରିଖରେ ୯୨ଟି, ୨୧ତାରିଖରେ ୪୩୬ଟି ସେସନରେ ଟିକାକରଣ ହେବ । ସେହିପରି ୨୨ତାରଖରେ ୧୪୧ଟି, ୨୩ ତାରିଖରେ ୧୭୮ ଓ ୨୫ ତାରିଖରେ ୨୭୯ଟି ସେସନରେ ହେବ ଟିକାକରଣ ।

ଯେଉଁମାନେ ଟିକା ନେଇଛନ୍ତି ୨୮ ଦିନ ପରେ ଦ୍ୱିତୀୟ ଡୋଜ ନେବେ । ନିର୍ଦ୍ଧାରିତ ତାରିଖର ଦୁଇ ଦିନ ପୂର୍ବରୁ SMS ଦ୍ୱାରା ଜଣାଇ ଦିଆଯିବ । ପ୍ରଥମ ଦିନରେ ରାଜ୍ୟରେ ୧୩ ହଜାର ୮୯୦ ଜଣଙ୍କୁ ଦିଆଯାଇଛି କରୋନା ଭ୍ୟାକସିନ୍ ।
BREAKING NEWS
- Jag Laadki Tanker Reaches Gujarat: ଚାଲିଛି ଯୁଦ୍ଧ, ଭାରତରେ ପହଞ୍ଚୁଛି ଜାହାଜ ପରେ ଜାହାଜ
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
Comments are closed.