Latest Odisha News

BREAKING NEWS

ଦେଶର ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ୍

ନୂଆଦିଲ୍ଲୀ: ଦେଶର ପଞ୍ଚଦଶ ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କଲେ ସିପି ରାଧାକ୍ରିଷ୍ଣନ୍ । ରାଧାକ୍ରିଷ୍ଣନ୍‌ଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଛି ଶପଥ ସମାରୋହ । ଗୁରୁବାର ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ସି.ପି. ରାଧାକ୍ରିଷ୍ଣନ୍ ।

ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ । ଏହି ସମୟରେ ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ମଧ୍ୟ ଇସ୍ତଫା ଦେବା ପରେ ପ୍ରଥମ ଥର ପାଇଁ ଏକ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା । ପୂର୍ବରୁ ସେ ସିପିଙ୍କୁ ଉପରାଷ୍ଟ୍ରପତି ନିର୍ବାଚିତ ହେବା ପାଇଁ ଅଭିନନ୍ଦନ ଜଣାଇଥିଲେ ।

ସୂଚନାଯୋଗ୍ୟ, ଦେଶର ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ୨୧ ଜୁଲାଇ ସନ୍ଧ୍ୟାରେ ଇସ୍ତଫା ଦେଇଥିଲେ । ଧନଖଡଙ୍କ ଇସ୍ତଫା ପରେ ହିଁ ନିର୍ବାଚନ ହୋଇଥିଲା । ଏହି ନିର୍ବାଚନରେ ​​ଏନଡିଏ ପ୍ରାର୍ଥୀ ସିପି ରାଧାକୃଷ୍ଣନ ଇଣ୍ଡି ମେଣ୍ଟର ବି. ସୁଦର୍ଶନ ରେଡ୍ଡିଙ୍କୁ ହରାଇ ବିଜୟୀ ହୋଇଛନ୍ତି । ଏହି ନିର୍ବାଚନରେ ​​ତାଙ୍କୁ ୪୫୨ ଭୋଟ ମିଳିଥିଲା । ​​ଅଲ୍ ଇଣ୍ଡିଆ ଆଲାଏନ୍ସ ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କୁ ୧୫୨ ଭୋଟରେ ପରାଜୟର ସାମ୍ନା କରିବାକୁ ପଡିଥିଲା ।

Comments are closed.