ବୌଦ୍ଧ: ମାଓବାଦୀଙ୍କୁ ଧରାଇଲେ ମିଳିବ ଆକର୍ଷଣୀୟ ପୁରସ୍କାର । ମାଓବାଦୀଙ୍କ ଠିକଣା ଜଣାଇଲେ ୮ କୋଟି ୪୦ ଲକ୍ଷର ପୁରସ୍କାର ରାଶି ଘୋଷଣା କରାଯାଇଛି । ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ମୋଟ୍ ୮ କୋଟି ୪୦ ଲକ୍ଷର ପୁରସ୍କାର ମିଳିବ । ବୌଦ୍ଧ ପୋଲିସ ପକ୍ଷରୁ ବିଭିନ୍ନ ଉପାନ୍ତ ଅଞ୍ଚଳରେ ଏ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ ଲଗାଯାଇଛି ପୋଷ୍ଟର । ଏପରିକି କେଉଁ କେଉଁ ବର୍ଗର ମାଓବାଦୀଙ୍କ ପାଇଁ କେତେ ଟଙ୍କା ପୁରସ୍କାର ମିଳିବ ତାହା ମଧ୍ୟ ସେମାନଙ୍କ ଫଟୋରେ ନାଁ ସହ ପୁରସ୍କାର ରାଶି ଉଲ୍ଲେଖ କରାଯାଇଛି । ଏହା ସହିତ ମାଓବାଦୀ ଆତ୍ମସମର୍ପଣ କଲେ ସେମାନଙ୍କୁ ମଧ୍ୟ କ’ଣ କ’ଣ ସୁବିଧା ମିଳିବ ତାହା ମଧ୍ୟ ଉଲ୍ଲେଖ କରାଯାଇଛି । ଯେଉଁ ବ୍ୟକ୍ତି ମାଓବାଦୀଙ୍କ ସମ୍ପର୍କରେ ପ୍ରଶାସନକୁ ଖବର ଦେବାକୁ ଚାହାନ୍ତି ସେମାନେ ୯୪୩୭୬୭୩୮୩୯ (9437673839) ନମ୍ବରରେ ଯୋଗାଯୋଗ କରିପାରିବେ । ଏବଂ ଏହା ନିର୍ଭର ସହକାରେ କରିପାରିବେ କାରଣ ପ୍ରଶାସନ ମାଓବାଦୀଙ୍କ ତଥ୍ୟ ଦେଇଥିବା ବ୍ୟକ୍ତିଙ୍କ ନାମକୁ ଗୋପନ ରଖିବ ।
BREAKING NEWS
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
Comments are closed.