Latest Odisha News

ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ଶୁକ୍ରବାର ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ଶୁକ୍ରବାର ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଝାରସୁଗୁଡ଼ା ସ୍ଥିତ ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କରାଯିବ ବୋଲି ସୂଚନା ମିଳିଛି।ଏଥିପାଇଁ କ୍ରାଇମବ୍ରାଞ୍ଚ ଟିମ୍ ଭୁବନେଶ୍ୱରରୁ ଝାରସୁଗୁଡ଼ା ଅଭିମୁଖେ ଯାଉଥିବା ସୂଚନା ମିଳିଛି। ତେବେ ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ଏନେଇ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।

କୁହାଯାଉଛି ଯେ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପୁଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ କ୍ରାଇମବ୍ରାଞ୍ଚ ତା ଚାର୍ଜସିଟ୍‌ରେ ସମସ୍ତ ତଥ୍ୟ ଦେଇଛି। ଗୋପାଳର ହୋଇଥିବା ସମସ୍ତ ସାଇଣ୍ଟିଫିକ୍ ଟେଷ୍ଟ, ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ଆଦି ଚାର୍ଜିସିଟ୍‌ରେ ରହିଛି। ତେବେ ଏହା କେତେ ପୃଷ୍ଠା ସମ୍ଭଳିତ ହେବ ସେ ନେଇ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ।

ସୂଚନା ଥାଉକି ଗତ ଜାନୁଆରି ୨୯ ତାରିଖରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା। ମନ୍ତ୍ରୀ ଏକ କାର୍ଯ୍ୟକ୍ରମକୁ ଯାଇଥିବା ବେଳେ ପିଏସ୍ଓ ଦାୟିତ୍ୱରେ ଥିବା ଗୋପାଳ ଦାସ ତାଙ୍କୁ ପାଖରୁ ଗୁଳି କରିଥିଲେ। ଅଭିଯୁକ୍ତ ଗୋପାଳକୁ ଘଟଣାସ୍ଥଳରୁ ପିସ୍ତଲ ସହ ପୁଲିସ ଗିରଫ କରିବାରେ ସକ୍ଷମ ହୋଇଥିଲା।

 

 

Leave A Reply

Your email address will not be published.