Latest Odisha News

ମଡେଲ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ତନାଘନା ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର:ମଡେଲ ସୌମ୍ୟରଞ୍ଜନ ପାଣିଗ୍ରାହୀ ମୃତ୍ୟୁ ମାମଲାର ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ । ଆଜି ସୌମ୍ୟଙ୍କ ଭୁବନେଶ୍ୱର ଘରେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ ତନାଘନା କରୁଛି। କ୍ରାଇମବ୍ରାଞ୍ଚର ଦୁଇ ମହିଳା ଅଧିକାରୀ ମୃତ ସୌମ୍ୟ ପାଣିଗ୍ରାହୀଙ୍କ ବାପା ସୁଧାକର ପାଣିଗ୍ରାହୀ, ମାଆ ମୋହିନୀ ମିଶ୍ର ଓ ଭଉଣୀ ସୌଭାଗ୍ୟଲକ୍ଷ୍ମୀ ପାଣିଗ୍ରାହୀଙ୍କ ବୟାନ ରେକର୍ଡ କରିଛନ୍ତି।

ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ । ୩ ମାସ ଭିତରେ ତଦନ୍ତ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ୨୦୨୦ ଜାନୁଆରୀ ୩୦ରେ ଆତ୍ମହତ୍ୟା କରିଥିଲେ ସୌମ୍ୟ। ସୌମ୍ୟଙ୍କ ମୃତ୍ୟୁ ପାଇଁ ବାନ୍ଧବୀ ସୋନାଲି ନନ୍ଦଙ୍କୁ ଦାୟୀ କରିଥିଲେ ପରିବାର ଲୋକେ। ପୂର୍ବରୁ ସୋନାଲି ନନ୍ଦଙ୍କୁ ପୁଲିସ ଟିମ ପଚରାଉଚରା କରି ଛାଡ଼ି ଦେଇଥିଲେ।

 

 

Comments are closed.