Latest Odisha News

BREAKING NEWS

ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ, ଦୀପାଳି ଓ ବିଶାଳଙ୍କୁ କ୍ରାଇମବ୍ରାଞ୍ଚର ନୋଟିସ

ଭୁବନେଶ୍ୱର: ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ। ପୁଣି ଘାଣ୍ଟିବ କ୍ରାଇମବ୍ରାଞ୍ଚ। ନବଦାସଙ୍କ ପୁଅ-ଝିଅଙ୍କୁ କ୍ରାଇମବ୍ରାଞ୍ଚର ନୋଟିସ୍। ମାର୍ଚ୍ଚ ପ୍ରଥମ ସପ୍ତାହରେ ହାଜର ଦେବାକୁ ଦୀପାଳି ଦାସ୍ ଓ ବିଶାଳ ଦାସଙ୍କୁ ନୋଟିସ୍ ଜାରି କରିଛି କ୍ରାଇମବ୍ରାଞ୍ଚ।

ମାମଲାରେ କ୍ରାଇମବ୍ରାଞ୍ଚ ନିକଟରେ ପକ୍ଷ ରଖିବାକୁ ଉଭୟଙ୍କୁ ନୋଟିସ୍‌ ଜାରି ହୋଇଛି। ନବଙ୍କ ହତ୍ୟାକୁ ନେଇ ଉଭୟଙ୍କ ବୟାନବାଜିକୁ ନେଇ ନୋଟିସ୍‌ ଜାରି ହୋଇଛି। ମାମଲାରେ ଏବେ ଯାଏଁ କ୍ରାଇମବ୍ରାଞ୍ଚର ତଦନ୍ତ ସମାପ୍ତ ହୋଇନି। ଫାଇନାଲ ଚାର୍ଜସିଟ୍‌ ଦାଖଲ କରିନି କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ କିଛି ଆପତ୍ତି ଥିଲେ ଉଭୟ ଜଣାଇପାରିବେ। ଉଭୟଙ୍କ ବୟାନ ମାମଲାକୁ ଦେଇପାରେ ନୂଆମୋଡ଼।

ଏବେ ବି ନବ ଦାସ ହତ୍ୟା ମାମଲାର ତଦନ୍ତ ଓପନ୍ ଥିବା କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର । ପୂର୍ବରୁ ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ କହିଥିଲେ ଦୀପାଳି। ପରିବାର ସହ ଆଲୋଚନା କରି ଏଥିପାଇଁ ଲିଖିତ ଭାବେ ଦେବାକୁ ବି ଦୀପାଳି କହିଥିଲେ ।

Comments are closed.