ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାରେ ଗତ ତିନି ଦିନ ହେଲା ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ । ଆଜି ଟିମ୍ ଆଦିତ୍ୟ କରିଥିବା ଆଶ୍ରମରେ ପହଞ୍ଚି ଅନ୍ତେବାସୀମାନଙ୍କୁ ସାଢେ ତିନି ଘଣ୍ଟା ପଚରାଉଚୁରା କରିଛି । ଏହା ପରେ ଟିମ୍ ଆଦିତ୍ୟଙ୍କ ଘରକୁ ଯାଇଛି । ସେଠାରେ ପରିବାର ସଦସ୍ୟଙ୍କୁ ପଚରାଉଚୁରା କରୁଛି ।
ଗତକାଲି ମଧ୍ୟ ଟିମ୍ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ ଓ ଆଦିତ୍ୟଙ୍କ ବାପା ମାଆଙ୍କୁ ପ୍ରାୟ ସାଢେ ଚାରି ଘଣ୍ଟା ପଚରାଉଚୁରା କରିଥିଲା । ଗୁରୁବାର ମଧ୍ୟ ଆଦିତ୍ୟଙ୍କ ସହଯୋଗୀ ପପୁ , ବିକାଶଙ୍କୁ କ୍ରାଇମବ୍ରାଞ୍ଚ ପକ୍ଷରୁ ପଚରାଉଚରା ହୋଇଥିଲା । ଏଥି ସହ ମୃତ ଦେହ ମିଳିଥିବା ସ୍ଥାନ ଲିଙ୍ଗରାଜ ଷ୍ଟେସନରେ ବି ଛାନଭିନ କରାଯାଇଥିଲା ।
ସୂଚନାଯୋଗ୍ୟ ଯେ, ଗତ ଜୁଲାଇ ୭ ତାରିଖରେ ଲିଙ୍ଗରାଜ ଷ୍ଟେସନ ନିକଟରୁ ସମାଜସେବୀ ଆଦିତ୍ୟ ଦାସଙ୍କ ମୃତଦେହ ମିଳିଥିଲା । କିନ୍ତୁ ତାହା ହତ୍ୟା କି ଆତ୍ମହତ୍ୟା ତାହା ଆଜି ଯାଏଁ ସ୍ପଷ୍ଟ ହୋଇପାରିନାହିଁ । ତେଣୁ ଏହାର ତଦନ୍ତ ଦାୟିତ୍ୱକୁ କ୍ରାଇମବ୍ରାଞ୍ଚକୁ ଦେଇଛନ୍ତି ପୋଲିସ ଡିଜି ।
BREAKING NEWS
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
Comments are closed.