Latest Odisha News

BREAKING NEWS

ଲାଲ ବାହିନୀ କ୍ୟାମ୍ପ ଧ୍ବଂସ, ହେଲେ ଖସିଗଲେ ମାଓବାଦୀ

ନୂଆପଡ଼ା: ନୂଆପଡ଼ା ଲାଲ ବାହିନୀ କ୍ୟାମ୍ପ ଧ୍ବଂସ, ହେଲେ ଖସିଗଲେ ମାଓବାଦୀ । ଓଡ଼ିଶା-ଛତିଶଗଡ ସୀମାନ୍ତ ପାଟଦରା ସଂରକ୍ଷିତ ଜଙ୍ଗଲରୁ  ଠାବ ହେଲା ମାଓ କ୍ୟାମ୍ପ। ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ପାଟଦରା ସଂରକ୍ଷିତ ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ ହୋଇଛି । କ୍ୟାମ୍ପରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ସହ ବିଭିନ୍ନ ସାମଗ୍ରୀ ଜବତ କରାଯାଇଛି ।

ପାଟଦରା ସଂରକ୍ଷିତ ଜଙ୍ଗଲରେ ଓଡ଼ିଶା ଓ ଛତିଶଗଡର ଟପ ମାଓନେତା ମେଳି ସହ ବଡଧରଣର ଅଘଟଣ ଘଟେଇବା ପାଇଁ ଯୋଜନା କରୁଥିବା ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ସେହି ଅଞ୍ଚଳରେ ସିଆରପିଏଫ, ଏସଓଜି ଓ ଡିଭିଏଫ ଯବାନଙ୍କ ପକ୍ଷରୁ ମିଳିତ ଭାବେ କମ୍ବିଂ ଅପରେସନ କରାଯାଇଥିଲା । ଏହାପରେ ମାଓବାଦୀମାନେ ସେଠାରୁ ଛତ୍ରଭଙ୍ଗ ଦେଇଥିଲେ ।

ଏବେବି ସଂପୃକ୍ତ ଅଂଚଳରେ ପୋଲିସ ପକ୍ଷରୁ କମ୍ବିଂ ଅପରେସନ ଜାରି ରହିଥିବା ନୂଆପଡ଼ା ଏସପି ଜିଆର ରାଘବେନ୍ଦ୍ର ସୂଚନା ଦେଇଛନ୍ତି।

Leave A Reply

Your email address will not be published.