କଟକ: ଦଶହରା ସମୟରେ ଦୁର୍ଗାପୂଜା ମେଢ଼ ଭସାଣ ବେଳେ କଟକ ସହରରେ ଆରମ୍ଭ ହୋଇଥିବା ଉତ୍ତେଜନା ବିଷୟରେ ସୋସିଆଲ ମିଡ଼ିଆରେ କୌଣସି ଖବର ପୋଷ୍ଟ କରିବା ପୂର୍ବରୁ ସତ୍ୟତା ଯାଞ୍ଚ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅପିଲ କରିଛନ୍ତି ।
ଏହା ସହ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ମିଛ ଓ ଉତ୍ତେଜନାମୂଳକ ପୋଷ୍ଟ କରିବାରୁ ବିରତ ରହନ୍ତୁ । ଯେଉଁମାନେ ମିଥ୍ୟା କିମ୍ବା ଭ୍ରାନ୍ତି ସୂଚନା ପ୍ରଚାର ଓ ପ୍ରସାର କରୁଛନ୍ତି, ସେମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କିଛି ବ୍ୟକ୍ତି ବିଶେଷ ମିଥ୍ୟା ଖବର ପ୍ରସ୍ତୁତ ଓ ପ୍ରଚାର କରି ସମାଜରେ ଅଶାନ୍ତିର ବାତାବରଣ ସୃଷ୍ଟି କରୁଛନ୍ତି । ନାଗରିକମାନେ ସଚେତନ ରୁହନ୍ତୁ ଏବଂ କୌଣସି ପରିସ୍ଥିତିରେ ମଧ୍ୟ ମିଛ ଭିଡିଓ କିମ୍ବା ସୋସିଆଲ ମିଡ଼ିଆ ପୋଷ୍ଟ ଉପରେ ବିଶ୍ୱାସ କରନ୍ତୁ ନାହିଁ ।
ସେପଟେ, କଟକ ହିଂସାକୁ ନେଇ ଆଡଭାଇଜରୀ ଜାରି କରିଛି ପୋଲିସ । ସୋସିଆଲ ମିଡିଆରେ କୈଣସି ଖବର ପୋଷ୍ଟ କରିବା ପୂର୍ବରୁ ସତ୍ୟତା ଯାଞ୍ଚ କରିବା ସହ ମିଛ ଓ ଉତ୍ତେଜନାମୂଳକ ପୋଷ୍ଟ କରିବାରୁ ବିରତ ରହିବାକୁ ପରାମର୍ଶ ଦିଆଯାଇଛି ।
କଟକ ସହରରେ ଅଶାନ୍ତି ସୃଷ୍ଟି କରିଥିବା ଘଟଣାରେ ୮ ଜଣଙ୍କୁ ସୋମବାର ଗିରଫ କରିଛି ପୋଲିସ । ଏନେଇ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ସୂଚନା ଦେଇଛନ୍ତି । ଭସାଣି ସମୟରେ ଅଶାନ୍ତି ସୃଷ୍ଟି କରି ଭଙ୍ଗାରୁଜା ଏବଂ ପୋଲିସକୁ ଆକ୍ରମଣ କରିବା ଘଟଣାରେ ଏମାନେ ଗିରଫ ହୋଇଛନ୍ତି ।
Comments are closed.