Latest Odisha News

BREAKING NEWS

ଆସୁଛି ବାତ୍ୟା: ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରକୁ ସତର୍କ ସୂଚନା

ଭୁବନେଶ୍ୱର: ବଙ୍ଗପସାଗରରେ ସୃଷ୍ଟି ହେବ ସାମୁଦ୍ରିକ ଝଡ଼ । ସମ୍ଭାବ୍ୟ ବାତ୍ୟା ନେଇ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ । ଉତ୍ତର ଆନ୍ଧ୍ର ପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ପାଇଁ ଜାରି ହୋଇଥି ବାତ୍ୟା ସତର୍କତା । ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଡିପ୍ରେସନ୍ ଏବେ ଡିପ୍ ଡିପ୍ରେସନରେ ପରିଣତ ହୋଇଛି ।

ଆଗାମୀ ୧୨ ଘଣ୍ଟାରେ ଗଭୀର ଅବପାତ ଅଧିକ ଘନୀଭୂତ ହେବ । ଏହା ସାମୁଦ୍ରିକ ଝଡ଼ରେ ପରିଣତ ହେବ । ଆସନ୍ତା ୨୬ ତାରିଖ ସନ୍ଧ୍ୟାରେ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ଉପକୂଳର କଳିଙ୍ଗପଟ୍ଟନମ୍ ପାଖରେ ଅତିକ୍ରମ କରିବ । ଏହାର ପ୍ରଭାବରେ ୨୬ ତାରିଖରେ ପବନର ବେଗ ଘଣ୍ଟାପ୍ରତି ୭୦-୮୦ କିଲୋମିଟର ରହିବ । ସ୍ଥଳ ବିଶେଷରେ ପବନର ବେଗ ବଢ଼ି ୯୦ କିଲୋମିଟର ଛୁଇଁପାରେ ।

ଏହାର ପ୍ରଭାବରେ ଆଜି ରାତିରୁ ଓଡ଼ିଶାରେ ବର୍ଷା ହେବ । ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲାକୁ ଜରି ହୋଇଛି ୟେଲୋ ୱାର୍ଣ୍ଣିଂ । ସମ୍ଭାବ୍ୟ ବାତ୍ୟା କାଲି ସ୍ଥଳଭାଗ ଛୁଇଁଲା ବେଳେ କନ୍ଧମାଳ, ଗଞ୍ଜାମ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ରେଡ୍ ଓ୍ୱାର୍ଣ୍ଣିଂ ଦିଆଯାଇଛି ।

ଆସନ୍ତାକାଲି ପାଇଁ କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ସାମୁଦ୍ରିକ ଝଡ଼ ପ୍ରଭବାରେ ଅଶାନ୍ତ ରହିବ ସମୁଦ୍ର । ଏଥିପାଇଁ ଆଜିଠାରୁ ୨୭ ତାରିଖ ଯାଏ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave A Reply

Your email address will not be published.