Latest Odisha News

BREAKING NEWS

କିଭଳି ହେଲା ବାତ୍ୟା ‘ଦାନା’ର ନାମକରଣ?

ଭୁବନେଶ୍ବର: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ଉତ୍ତର ପଶ୍ଚିମ ଦିଗକୁ କ୍ରମଶଃ ଗତି କରି ଆସନ୍ତା ବୁଧବାର ୨୩ ତାରିଖ ସୁଦ୍ଧା ଅବପାତ ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୁର୍ବାନୁମାନ କରିଛି ।

ଅଧିକ ପଢନ୍ତୁ- ତିତଲି ପରେ ଆସୁଛି ‘ଦାନା’, ଥରହର ହେବ କି ଓଡିଶା?

ଉତ୍ତର ଭାରତ ମହାସାଗରରେ ସୃଷ୍ଟି ଘୂର୍ଣ୍ଣିଝଡ଼ ନାମ ତାଲିକା ଅନୁସାରେ, ଏହାର ନାମ ‘ଦାନା’ ରହିବ ବୋଲି କୁହାଯାଉଛି। କାତାର୍ ପକ୍ଷରୁ ଏହି ନାମକରଣ କରାଯାଇଛି। ଆରବୀ ଭାଷାରେ ‘ଦାନା’ର ଅର୍ଥ ନିଖୁଣ ଓ ମୂଲ୍ୟବାନ ମୋତି ବା ମୁକ୍ତା ବୋଲି କୁହାଯାଉଛି।

ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ସମ୍ଭାବ୍ୟ ବାତ୍ୟା ନେଇ ଆଞ୍ଚଳିକ ପାଣିପାଗ ଙ୍କ ସୂଚନା ଅନୁଯାୟୀ, ଲଘୁଚାପ ସୃଷ୍ଟି ହେବା ପରେ ବାତ୍ୟା ତୀବ୍ରତା ଓ ଗତିପଥ ସ୍ପଷ୍ଟ ହେବ । ୨୩ରୁ ଉପକୂଳ ଓଡ଼ିଶା ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୨୪, ୨୫ ବେଳକୁ ବର୍ଷାର ପରିମାଣ ବଢିବା ବେଳେ ୨୬ ଓ ୨୭ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିବ । ଏଥିପାଇଁ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକୁ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଜପତିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Comments are closed.