Latest Odisha News

ଜାରି ହେଲା ଟେଲିଫୋନ ନମ୍ବର, ଚଢା ଦରରେ ବିକ୍ରି ହେଉଥିଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି ଯୋଗୁଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଟେଲିଫୋନ ନମ୍ବର ଜାରି କରାଯାଇଛି ।

୦୬୭୪-୨୩୯୬୨୨୭ ନମ୍ବରରେ କଲ କରି ବ୍ୟବସାୟୀଙ୍କ ବିରୋଧରେ ଅଭିଯୋଗ କରିପାରିବେ । ଏହା ଦ୍ବାରା ବ୍ୟବସାୟୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏନେଇ ବିଭାଗୀୟ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ପନିପରିବା ଭଳି ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ରୋକିବା ପାଇଁ ଯୋଗାଣ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବା ସହ ବିଭିନ୍ନ ଅଭିଯୋଗକୁ ଭିତ୍ତିକରି ବିଭାଗୀୟ ଅଧିକାରୀ ମାନେ ଅନେକ ସ୍ଥାନରେ ଚଢ଼ାଉ ଯାରି ରଖିଛନ୍ତି ।

Leave A Reply

Your email address will not be published.