Latest Odisha News

BREAKING NEWS

ସୃଷ୍ଟି ହେଲା ଲଘୁଚାପ: ୨୩ରେ ବାତ୍ୟା, ୨୪ରେ ପୁରୀ-ପାରାଦୀପ ମଝିରେ ଲ୍ୟାଣ୍ଡଫଲ୍!

ଭୁବନେଶ୍ୱର: ସୋମବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ ପରିଣତ ହୋଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ୨୨ ତାରିଖରେ ଅବପାତ ରୂପ ନେବ। ଓଡିଶାରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ଦାନା। ପୁରୀରୁ ପାରାଦୀପ ମଧ୍ୟରେ ଛୁଇଁପାରେ ସ୍ଥଳଭାଗ। ଏନେଇ ବିଭିନ୍ନ ଆନ୍ତର୍ଜାତିକ ମଡେଲ ଆକଳନ କରିଛି । ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ବେଳେ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଜଗତସିଂହପୁରରେ ୨୦୦ ମିମିରୁ ଅଧିକ ବର୍ଷା ହୋଇପାରେ। ଏହି ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

୨୩ ତାରିଖରେ ବାତ୍ୟାରେ ପରିଣତ ହେବ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ବାତ୍ୟା ସୃଷ୍ଟି ହେବ। ଏହି ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଆଗେଇବ। ୨୪ ତାରିଖ ସକାଳେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ। ଯାହାକୁ ନେଇ ଓଡ଼ିଶା ଉପକୂଳରେ ଆତଙ୍କ ଖେଳିଯାଇଛି। ନିର୍ଦ୍ଦିଷ୍ଟ କେଉଁଠି ଏବଂ କେଉଁ ସମୟରେ ବାତ୍ୟା ମାଡ଼ ହେବ, ସେ ନେଇ ବିଭିନ୍ନ ପାଣିପାଗ ମଡେଲ ଭିନ୍ନ ଭିନ୍ନ ପୂର୍ବାନୁମାନ ଦେଇଛନ୍ତି। ୨୪ ତାରିଖ ସକାଳୁ ୨୫ ତାରିଖ ସକାଳ ଭିତରେ ପୁରୀଠାରୁ ଉତ୍ତର ବାଲେଶ୍ୱର ମଧ୍ୟରେ ସ୍ଥଳଭାଗକୁ ପଶିବ। ଘଣ୍ଟା ପ୍ରତି ୧୨୦ କିମି ବେଗ ଯାଏ ପବନ ମାଡ଼ ହେବା ଆଶଙ୍କା ରହିଛି।

୨୩ ତାରିଖରୁ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ। ଉପକୂଳ ଓଡ଼ିଶାରେ ନିର୍ଘାତ ଛେଚିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ୭୦ରୁ ୧୧୦ ମିମି ଯାଏ ବର୍ଷା ହୋଇପାରେ। ଅନ୍ୟପଟେ ECMWEର ଆକଳନ କହୁଛି ବାତ୍ୟା ପୁରୀ ନିକଟରେ ସ୍ଥଳଭାଗ ଛୁଇଁପାରେ। ଜର୍ମାନୀର ସଂସ୍ଥା IECONର ଆକଳନ ଅନୁସାରେ ବି ବାତ୍ୟା ପୁରୀ ନିକଟରେ ଲ୍ୟାଣ୍ଡ କରିବ। ୱିଣ୍ଡିର ଆକଳନ ମଧ୍ୟ ସମାନ କଥା କହୁଛି। ମାତ୍ର ଏନେଇ ଭାରତୀୟ ପାଣିପାଗ ବିଭାଗ ଏଯାଏଁ କୌଣସି ସ୍ପଷ୍ଟ ସୂଚନା ଦେଇନି।

 

Leave A Reply

Your email address will not be published.