Latest Odisha News

ଭୟଙ୍କର ଝଡ଼ ଲାଗି ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ, ନିରାପଦ ସ୍ଥାନରେ ୮ ଲକ୍ଷ ଲୋକ ହେବେ ସ୍ତାନାନ୍ତରିତ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ସଚିବାଳୟଠାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମ୍ଭାବ୍ୟ ବାତ୍ୟା ଫନିର ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ।

ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ସମସ୍ତ ପ୍ରଭାବିତ ଅଞ୍ଚଳର ୮ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରୀତ କରି ବାତ୍ୟା ଆଶ୍ରୟସ୍ଥଳ, ସ୍କୁଲ, କଲେଜ ଏବଂ ଅନ୍ୟାନ୍ୟ ନିରାପଦ ସ୍ଥାନରେ ରଖାଯିବ ବୋଲି ବୈଠକରୁ ଜଣାପଡ଼ିଛି ।

ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ସ୍ଥାନାନ୍ତରଣ ପ୍ରକ୍ରିୟା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ ବୋଲି ମତବ୍ୟକ୍ତ କରିବା ସହ ମୁଖ୍ୟମନ୍ତ୍ରୀ ଗର୍ଭବତୀ ମହିଳା, ଶିଶୁ, ବୃଦ୍ଧ ଓ ଭିନ୍ନକ୍ଷମ ବ୍ୟକ୍ତିଙ୍କ ସୁରକ୍ଷା ଉପରେ ସ୍ୱତନ୍ତ୍ର ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ । ଆସନ୍ତାକାଲିଠାରୁ ସ୍ଥାନାନ୍ତରୀତ ଲୋକମାନଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ଭାବ୍ୟ ବାତ୍ୟା ପ୍ରଭାବିତ ଅଞ୍ଚଳର ଜିଲ୍ଲାପାଳ ଓ ବିଭିନ୍ନ ବିଭାଗର ସଚିବ ମାନଙ୍କ ସହିତ ଆଲୋଚନା କରି ସମସ୍ତଙ୍କୁ ଉପଯୁକ୍ତ ଭାବେ ପ୍ରସ୍ତୁତ ରହିବା ପାଇଁ ପରାମର୍ଶ ଦେଇଥିଲେ ।

ବିଭାଗୀୟ ସଚିବମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ବିଦ୍ୟୁତ ସରବରାହ, ପାନୀୟ ଜଳଯୋଗାଣ ବ୍ୟବସ୍ଥା ବ୍ୟାପକ ପ୍ରସ୍ତୁତି କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.