Latest Odisha News

ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ: ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର : ଆଣ୍ଡାମାନ ସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଂଚଳରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ  ରହିଛି । ଗୋଟିଏ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ରପତ୍ତନ ଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଥିବାର ସୂଚନା ମିଳିଛି

ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତିକରି ଆସନ୍ତା ୫ ଦିନ ଯାଏଁ ଦକ୍ଷିଣ ଓଡିଶା ଓ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଦିଗରେ ମୁହାଁଇପାରେ । ତେବେ ବାତ୍ୟାର ସମ୍ଭାବନାକୁ ନେଇ ସେଭଳି କୌଣସି ତଥ୍ୟ ଦେଇନାହିଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଦେଶର ବହୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରିବାର ପ୍ରକ୍ରିୟା ଆରମ୍ଭ କରିଛି। ତେବେ, ଓଡ଼ିଶାରେ ଦକ୍ଷିଣ- ପଶ୍ଚିମ ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଏଯାବତ୍‌ ଆରମ୍ଭ ହୋଇନାହିଁ। ଏସ୍ଥିତିରେ ଆସନ୍ତା ଅକ୍ଟୋବର ୧୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ସୃଷ୍ଟି ହେବା ସହ ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି।

 

 

Comments are closed.