Latest Odisha News

BREAKING NEWS

ଦୁର୍ବଳ ହେଉଛି ମିଗଜୋମ, ରାଜ୍ୟରେ ଲାଗିରହିଛି ପ୍ରବଳ ବର୍ଷା

ଭୁବନେଶ୍ଵର: ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେଉଛି ବାତ୍ୟା ମିଗଜୋମ୍ । କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି ବାତ୍ୟା ମିଗଜୋମ୍ । ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ । ଏପଟେ ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ସେପଟେ ବର୍ଷାକୁ ଦୃଷ୍ଟିରେ ରଖି ଆଜି ଗଜପତିରେ ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନୱାଡି ବନ୍ଦ ରହିଛି ।

ବାତ୍ୟା ମିଗଜୋମ୍ ଆଗାମୀ ୬ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଅବପାତରେ ଏବଂ ପରବର୍ତ୍ତି ୬ଘଣ୍ଟାରେ ଗୋଟିଏ ସୁଦୃଶଃ-ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଫଳରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରିଛି ପାଣିପାଗ ବିଭାଗ । ଆଜି ପାଇଁ ଦକ୍ଷିଣ ଓଡ଼ିଶାର ୩ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୮ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ବାତ୍ୟା ‘ମିଗଜୋମ’ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଗଜପତି ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ତେବେ ଓଡ଼ିଶାରେ ବାତ୍ୟାର ଭୟ ନାହିଁ ବୋଲି ସୂଚନା ଦେଇଛନ୍ତି SRC ସତ୍ୟବ୍ରତ ସାହୁ । ଆନ୍ଧ୍ରରେ ସ୍ଥଳଭାଗ ଛୁଇଁଲା ପରେ ବାତ୍ୟା ଧୀରେ ଧୀରେ ଦୁର୍ବଳ ହେଉଛି । ଆଜି ପାଗ ବଦଳିବାର ସମ୍ଭାବନା ରହିଛି ଯିବ ।

Leave A Reply

Your email address will not be published.