Latest Odisha News

BREAKING NEWS

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ ସୁଦ୍ଧା ଲଘୁଚାପ

ବାରିପଦା: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ୮ ତାରିଖ ସକାଳ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ଘନୀଭୂତ ହୋଇ ୯ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ଏହାପରେ ଅବପାତ ବାତ୍ୟାର ପରିଣତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିବ ।

ତେବେ ବାତ୍ୟାର ଗତିପଥ ଓ ତୀବ୍ରତା କଣ ରହିବ ? ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଜଣାପଡ଼ିବ ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ପାଣିପାଗ ସ୍ଥିତିରେ ପାଣିପାବଗ ବିଭାଗ ନଜର ରଖିଛି । ଆକଳନ ଅନୁସାରେ, ୮ରୁ ୧୨ ତାରିଖ ଯାଏ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ପ୍ରବଳ ବର୍ଷା ହେବ ।

୭ ତାରିଖରୁ ଆଣ୍ଡାମାନ ଉପକୂଳ ଅଶାନ୍ତ ରହିବ । ୯ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସାଗରରେ ୫୦ରୁ ୬୦ କିଲୋମିଟର ଘଣ୍ଟାପ୍ରତି ପବନ ବହିବ । ୧୦ ତାରିଖରେ ପବନର ବେଗ ଘଣ୍ଟାପ୍ରତି ୬୦ରୁ ୭୦ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଆଣ୍ଡାମାନ ସାଗରକୁ ୭ ତାରିଖରୁ ବାରଣ କରାଯାଇଛି ।

Leave A Reply

Your email address will not be published.