Latest Odisha News

BREAKING NEWS

ଆସୁଛି ବାତ୍ୟା ‘ପେଙ୍ଗାଲ’; ଆଜି ଉତ୍ତର-ପଶ୍ଚିମ ଦିଗକୁ ଗତିକରି ବାତ୍ୟାରେ ପରିଣତ ହେବ ଗଭୀର ଅବପାତ

ଭୁବନେଶ୍ବର: ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ । ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆଜି ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ଗଭୀର ଅବପାତ । ଏହାପରେ ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରି ତାମିଲନାଡ଼ୁ ଉପକୂଳ ଆଡ଼କୁ ମୁହାଁଇବ। ୨୯ତାରିଖ ମଧ୍ୟରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଗତି କରି ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବାତ୍ୟାର ନାଁ ‘ପେଙ୍ଗାଲ’ ରହିଛି ।

ତେବେ ଅବପାତଟି ନାଗାପାଟନମ୍ ଠାରୁ ୫୯୦ କିଲୋମିଟର ଦୂର ଦକ୍ଷିଣ-ଦକ୍ଷିଣ ପୂର୍ବରେ ରହିଛି । ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ଲ୍ୟାଣ୍ଡଫଲ୍ କରିବା ନେଇ ପୂର୍ବାନୁମାନ କରିଛି ଆଇଏମଡି । ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି ।

ଏଥିସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ ବୋଲି ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ । ହେଲେ ଏହାର ପ୍ରଭାବରେ ରାଜ୍ୟର ପାଗ କୋହଲା ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡାର କିଛି କିଛି ଅଂଚଳମାନଙ୍କରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଥିବା କହିଛି ଆଇଏମଡି ।

Leave A Reply

Your email address will not be published.