Latest Odisha News

BREAKING NEWS

ପୁଣି ଲଘୁଚାପ , ଫିକା ପଡିବ ପାର୍ବଣ

ଭୁବନେଶ୍ୱର: ପୁଣି ଆସୁଛି ଲଘୁଚାପ । ଫିକା ପଡିବ ପାର୍ବଣ । ଏଥର ବର୍ଷାରେ ଭିଜିବ ପୁରା ଦଶହରା । ଅକ୍ଟୋବର ତୃତୀୟ ସପ୍ତାହରେ ବି ବର୍ଷା ସମ୍ଭାବନା ରହିଛି । ଆନ୍ଧ୍ରକୁ ମୁହାଁଉଥିବା ଛୋଟ ବାତ୍ୟା ସୃଷ୍ଟି ହେବା ପାଇଁ ପାଗ ଅନୁକୂଳ ରହିଛି । କିନ୍ତୁ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ନାହିଁ । ରାଜ୍ୟରେ ଅଧିକ ପବନର ସମ୍ଭାବନା ବି ନାହିଁ । ତେବେ ଏହାର ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ।

ଆସନ୍ତା ୨୪ ଘଣ୍ଟା ଭିତରେ ଫିଲିଫାଇନସ୍‌ର ପଶ୍ଚିମରେ ଗଭୀର ଅବପାତ ଏକ ବାତ୍ୟା ରୂପ ନେବ । ଏହା ଦକ୍ଷିଣ ଚୀନ୍‌ ସାଗର ଅତିକ୍ରମ କରି ଭିଏତନାମ ଉପକୂଳରେ ସ୍ୱଳ୍ପ ବର୍ଷା କରିବ । ଏହାର ଅବଶିଷ୍ଟ ଅଂଶ ମିଆଁମାର ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ଏହା କ୍ରମଶଃ ଘନୀଭୂତ ହୋଇ ପ୍ରଥମେ ଉତ୍ତର ପଶ୍ଚିମ ଦିଗରେ ଯିବ ।

Leave A Reply

Your email address will not be published.