Latest Odisha News

BREAKING NEWS

ଦକ୍ଷିଣ-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହେଲା ଲଘୁଚାପ

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ।ଅକ୍ଟୋବର ୨୨ ସକାଳ ସୁଦ୍ଧା ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅବପାତରେ ପରିଣତ ହେବ ଏବଂ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା (ସି-ତ୍ରଙ୍ଗ) ରୂପ ନେବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ୨୩ ତାରିଖରେ ପୁରୀ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେବେ ବାତ୍ୟାର ତୀବ୍ରତା, ଗତିପଥ ଓ ପବନର ବେଗ ସମ୍ପର୍କରେ କୌଣସି ପୂର୍ବାନୁମାନ କରାଯାଇନାହିଁ। ତେବେ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଇଏମଡି ଜିଏଫଏକ୍ସ ମଡେଲ ଅନୁଯାୟୀ ୨୮ ତାରିଖ ବେଳକୁ ବାତ୍ୟା ଓଡ଼ିଶାରେ ସ୍ଥଳ ଭାଗ ଛୁଇଁବା ନେଇ ଆକଳନ କରାଯାଇଛି। ପଶ୍ଚିମବଙ୍ଗର ଦିଘାଠାରୁ ବାଂଲାଦେଶର ପଥର ଘାଟ ମଧ୍ୟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରାଯାଇଛି।

ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଅକ୍ଟୋବର ୨୨ରୁ ପଶ୍ଚିମ-ମଧ୍ୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳରେ ଏବଂ ଅକ୍ଟୋବର ୨୩ରୁ ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବା ସହ ୬୫ କିମି ବେଗରେ ପବନ ବହିବ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି, ୨୨ ରୁ ରୁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ର ମନା। ୨୩ ରୁ ଓଡିଶା ଉପକୂଳର ଆଖପାଖ ସମୁଦ୍ର ମନା। ୨୨ ସୁଦ୍ଧା ସମୁଦ୍ର ମଧ୍ୟରୁ ମତ୍ସ୍ୟଜୀବୀମାନଙ୍କୁ ଉପକୂଳକୁ ଫେରି ଆସିବାକୁ କହିଛି।

Comments are closed.