Latest Odisha News

BREAKING NEWS

ତିତଲି ପ୍ରଭାବ: ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି

ଭୁବନେଶ୍ୱର : ବାତ୍ୟା ତିତଲି ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି ।

ସୂଚନା ଅନୁଯାୟୀ ଗତ କାଲିଠାରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଓ ଘଡଘଡି ସହ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ କିଛି କିଛି ସ୍ଥାନରେ ରାସ୍ତାଘାଟରେ ପାଣି ଚାଲିବା ସହ ଲୋକମାନଙ୍କ ଘରେ ମଧ୍ୟ ପାଣି ପଶିଯାଇଥିବା ନେଇ ଜଣାପଡିଛି ।

ଅନ୍ୟପକ୍ଷରେ ବାତ୍ୟା ତିତଲି ଡିପ୍ ଡିପ୍ରେସନ ରୂପ ନେଇ ପଶ୍ଚିମବଙ୍ଗ ଅଭିମୁଖେ ଗତି କରୁଥିବା ପରିପ୍ରେକ୍ଷୀରେ ଉପକୂଳ ଓ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ଲାଗି ରହିଛି ।

ପାଣିପାଗ ବିଭାଗ ପକ୍ଷରୁ କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, କନ୍ଧମାଳ, ଦେବଗଡ ସମେତ ସୁନ୍ଦରଗଡ ଆଦି ଜିଲ୍ଲାରେ ଆଜି ପାଖାପାଖି ୧୨ଟା ୩୦ ଯାଏଁ ଘଡଘଡି ଓ ବିଜୁଳି ସହ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.