Latest Odisha News

BREAKING NEWS

ବାତ୍ୟା ‘ୟଶ’: ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ପରେ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ବାତ୍ୟାର ରୂପ ନେବ ‘ୟଶ’। ୨୫ ତାରିଖ ବେଳକୁ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଅଧିକ ପଢନ୍ତୁ- ଅବପାତ ରୂପ ନେଲା ବାତ୍ୟା ‘ୟଶ’, ପାରାଦୀପ-ସାଗରଦୀପ ମଝିରେ କରିବ ଲ୍ୟାଣ୍ଡଫଲ

ମେ ୨୪ (ୟେଲୋ ଓ୍ବାର୍ଣ୍ଣିଂ)
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଏବଂ ଢେଙ୍କାନାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ସମ୍ଭାବନା।

ମେ ୨୫ (ୟେଲୋ ଓ୍ବାର୍ଣ୍ଣିଂ)
ବାଲେଶ୍ବର, ଭଦ୍ରକ, ଯାଜପୁରଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା ଏବଂ ପୁରୀ, ମୟୂରଭଞ୍ଜ, ଢେଙ୍କାନାଳ ଏବଂ ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା।

ମେ ୨୬ (ରେଡ୍ ଓ୍ବାର୍ଣ୍ଣିଂ)
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଏବଂ କେନ୍ଦୁଝରର କିଛି ଅଞ୍ଚଳରେ ପ୍ରବଳରୁ ପ୍ରବଳ ବର୍ଷା ହୋଇପାରେ।

ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା

(ୟେଲୋ ଓ୍ବାର୍ଣ୍ଣିଂ)
ସୁନ୍ଦରଗଡ, ଦେଓଗଡ, ଅନୁଗୁଳ, ଢେଙ୍କାନାଳ ଏବଂ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ବର୍ଷା ଆଶଙ୍କା।

ମେ ୨୭ (ୟେଲୋ ଓ୍ବାର୍ଣ୍ଣିଂ)
ସୁନ୍ଦରଗଡ, ଦେଓଗଡ ଏବଂ କେନ୍ଦୁଝର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Comments are closed.