Latest Odisha News

BREAKING NEWS

ସୃଷ୍ଟି ହେଲା ଘୂର୍ଣ୍ଣି ବଳୟ, ୨୦ ତାରିଖ ସୁଦ୍ଧା ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳର ୩.୧ କିମି ଯାଏ ବ୍ୟାପିଛି । ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 

ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଆଡ଼କୁ ଗତି କରିବ । ଲଘୁଚାପ ସୃଷ୍ଟିର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ତେବେ ଅବପାତରେ ପରିଣତ ହେବା ପରେ ଏହା ଆହୁରି ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ କି ? ସେନେଇ ପାଣିପାଗ ବିଭାଗ ଏଯାଏ କୌଣସି ଆକଳନ କରି ନାହିଁ ।

ଅନ୍ୟପଟେ ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ହାରାହାରି ୧ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୩.୧ ମିମି ତୁଳନାରେ ୬୭ ପ୍ରତିଶତ କମ୍ । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ଅନୁକୂଳ ରହିଥିବା କହିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.