Latest Odisha News

BREAKING NEWS

ପୁଣି ଫେରିଲା ଶୀତ, କୋହଲା ପାଗ ସହ ରାଜ୍ୟରେ ବର୍ଷା ଆଶଙ୍କା

ଭୁବନେଶ୍ୱର : ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ ଆଗାମୀ ୧୨ ଘଣ୍ଟା ଭିତରେ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବରିଷ୍ଠ ପାଣିପାଗ ବିଶେଷଜ୍ଞ ସୋମବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି “ସମୁଦ୍ର ପତନର ପ୍ରାୟ ଦେଢ କିମି. ଉପରେ ଦକ୍ଷିଣ-ପୂର୍ବ ଉତ୍ତରପ୍ରଦେଶ ତଥା ବିଦର୍ଭ ଏବଂ ତାର ପାଖ ପଡୋଶୀ ଅଞ୍ଚଳରେ ଏଗ ଘୃର୍ଣ୍ଣୀବଳୟ ସୃଷ୍ଟି ହୋଇଥିବା ଯୋଗୁଁ ଓଡିଶାର ଅଧିକାଂଶ ଜିଲ୍ଲା ବିଶେଷ କରି ମୁଖ୍ୟତଃ କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାରେ ବର୍ଷା ଆଶଙ୍କା ସହିତ କୋହଲା ପାଗ ଜାରି ରହିଛି । ଏହି ସବୁ ସ୍ଥାନ ମାନଙ୍କରେ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ବର୍ଷା ହେବାର ଆଶଙ୍କା ରହିଛି” ।

ଏହି ଘୃର୍ଣ୍ଣିବଳୟ ଫଳରେ ଦକ୍ଷିଣ ଓ ପଶ୍ଚିମ ଓଡିଶାର କେତେକାଂଶରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେବ । ତେବେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ପାଣିପାଗ କେନ୍ଦ୍ର ସୂଚନାନୁଯାୟୀ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଅର୍ଥାତ୍ ଫେବୃଆରୀ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ରାତିର ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲସିୟସ ହ୍ରାସ ପାଇବାର ଯଥେଷ୍ଟ ସମ୍ଭାବନା ରହିଛି ।

Leave A Reply

Your email address will not be published.