Latest Odisha News

BREAKING NEWS

ବଙ୍ଗୋପସାଗରରେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ , କାଲିଠୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା କାଲିଠୁ ପ୍ରବଳ ବର୍ଷିବ । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବାଲାଂଦେଶ ଉପକୂଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି । ଏହା ପଶ୍ଚିମବଙ୍ଗ ଉପକୂଳ ଆଡକୁ ଗତି କରିବ ।

ଏହାର ପ୍ରଭାବରେ ୨୯ ଓ ୩୦ ରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ଉପରେ ଅଧିକ ପ୍ରଭାବ ପଡ଼ିବ । ଆଜି୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଂଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ ।

ଆସନ୍ତାକାଲି ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଭଦ୍ରକରେ ପ୍ରବଳ ବର୍ଷା ହେବ । ଏହା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ । ଏସବୁ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅକ୍ଟୋବର ୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.