Latest Odisha News

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି : ୨୩ ତାରିଖ ବେଳକୁ ଅବପାତର ରୂପ ନେବା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି  ଲଘୁଚାପ କ୍ଷେତ୍ର ଟି ସୃଷ୍ଟି ହୋଇଛି । କ୍ରମଶଃ ଏହା ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ  ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି  । ୨୪ରେ ହାଲୁକା ବର୍ଷା ଓ ୨୫ରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ୨୦ରୁ ୨୩ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର  ।

Comments are closed.