Latest Odisha News

BREAKING NEWS

ଲଘୁଚାପର ରୂପ ନେଲା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ

ଭୁବନେଶ୍ବର : ଲଘୁଚାପର ରୂପ ନେଲା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଲଘୁଚାପ ଘନୀଭୂତ ହେବା ପରେ ଏହା ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ମଧ୍ୟରେ ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତାକାଲି ୫ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଏବଂ ରାୟଗଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ସେହିପରି ଗଞ୍ଜାମ, ପୁରୀ, କଟକ, ଖୋର୍ଦ୍ଧା, କନ୍ଧମାଳ, ବାଲେଶ୍ବର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି କନ୍ଧମାଳ, ବୌଦ୍ଧ, ପୁରୀ, କଳାହାଣ୍ଡି ଏବଂ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପର ପ୍ରଭାବ ୧୮ ତାରିଖ ପର୍ଯ୍ୟନ୍ତ ରହିବ । ବର୍ଷା ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ରହିବ । ସମୁଦ୍ର ଅଶାନ୍ତ ରହିବା କାରଣରୁ ୧୭ ଏବଂ ୧୮ ତାରିଖରେ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ସେପଟେ ରାଜ୍ୟରେ ମୌସୁମୀ ଦୁର୍ବଳ ରହିଥିବାରୁ ଏବେ ବି ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

Leave A Reply

Your email address will not be published.