Latest Odisha News

ସାଇକ୍ଲୋନିକ ସର୍କୁଲେସନ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାଇକ୍ଲୋନିକ ସର୍କୁଲେସନ ପ୍ରଭାବରେ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୋମବାର ଦିନ ସତର୍କ ସୂଚନା ଜାରି କରିଛି।

“ଆସନ୍ତା ତିନି ଦିନ ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଏବଂ ପଡ଼ୋଶୀ ଅଞ୍ଚଳରେ ଏକ ସାଇକ୍ଲୋନିକ୍ ସର୍କୁଲେସନ ପ୍ରବାହ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ନୁଆପଡା, ବାଲାଙ୍ଗୀର ନବରଙ୍ଗପୁର, କଳାହାଣ୍ଡି, ବରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ” ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି।

ଆହୁରି ମଧ୍ୟ ଜୁନ୍ ୨୫ ବେଳକୁ କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଏବଂ ଜୁନ୍ ୨୬ ରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଵୋୖଦ୍ଧ, ଜୁନ୍ ୨୬ ରେ ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଏବଂ ସୋନପୁର ଆଦି ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି।

ତେବେ ଜୁନ୍ ୨୬ ପରେ ପାଣିପାଗ ସ୍ଥିତିରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି।

Comments are closed.