Latest Odisha News

BREAKING NEWS

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ୱବର୍ତ୍ତୀ ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗର ଆକଳନ ଅନୁସାରେ, ବାହୁଡା ଦିନ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। କିନ୍ତୁ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଭଲ ବର୍ଷା ହେବ। ଘୂର୍ଣ୍ଣିବଳୟ ୧୬ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ୧୯ ତାରିଖରେ ଏହା ଗଭୀର ଅବପାତରେ ପରିଣତ ହୋଇ ୨୧ ତାରିଖ ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରାଯାଇଛି ।

ତେବେ ୧୭ ଓ ୧୮ ତାରିଖରେ ବି ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିବ। ରାଜ୍ୟରେ ଗତ ୪୮ ଘଣ୍ଟା ହେଲା ବର୍ଷା ଲାଗି ରହିଛି। ଆଜି ମଧ୍ୟ ରାଜ୍ୟରେ ଭାରି ବର୍ଷା ଜାରି ରହିଛି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ପରିମାଣର ବର୍ଷା ହୋଇଛି। ନବରଙ୍ଗପୁରରେ ୨୩ମିମି, ଟିଟିଲାଗଡ଼ରେ ୧୮, ବଲାଙ୍ଗୀରରେ ୧୭.୫, ଜଗତସିଂହପୁରରେ ୧୬.୪, ଖୋର୍ଦ୍ଧାରେ ୧୫ ଓ ବରଗଡ଼ରେ ୧୨ମିମି ବର୍ଷା ହୋଇଛି।

Comments are closed.