ଭୁବନେଶ୍ବର: PSU କର୍ମଚାରୀଙ୍କୁ ଖୁସି କରିଦେଲେ ରାଜ୍ୟ ସରକାର । ପୂଜା ପୂର୍ବରୁ ରାଜ୍ୟର ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ପାଇଁ ସରକାର ଆଣିଲେ ଖୁସି ଖବର
। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ସରକାରୀ ଉଦ୍ୟୋଗର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି।
ଝାରସୁଗୁଡା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଦିନତମାମ ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ପରେ ବିଳମ୍ୱିତ ରାତି ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମହଙ୍ଗା ଭତ୍ତା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।
ଏହାଦ୍ୱାରା ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁହେବ।
ଏହି ନିଷ୍ପତ୍ତି ଦ୍ୱାରା ପ୍ରାୟ ୮.୫ ଲକ୍ଷ ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀ ଲାଭବାନ ହେବେ, ଯେଉଁଥିରେ ପିଏସୟୁରେ କାମ କରୁଥିବା କର୍ମଚାରୀ ମଧ୍ୟ ସାମିଲ ଅଛନ୍ତି।
Comments are closed.