Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଅପ୍ରେଲ ୨ ତାରିଖ ଶୁକ୍ରବାର ମୀନ ୨୦ ଦିନ ଚୈତ୍ର ମାସ କୃଷ୍ଣପକ୍ଷ ପଞ୍ଚମୀ ଭୁକ୍ତ ଷଷ୍ଠୀ ତିଥି ଜ୍ୟେଷ୍ଠା ନକ୍ଷତ୍ର ବିଛା ଚନ୍ଦ୍ର
ଆଜିର ଘାତ ବାରବିଛା, ଧନୁ ଓ ମୀନ ରାଶିର
ଆଜିର ଘାତ ଚନ୍ଦ୍ର- ସିଂହ, କନ୍ୟା ଓ ମକର ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ : ପିତା ଦ୍ରବ୍ୟ
ଆଜି ପଞ୍ଚ ଦୋଳ ଓ ସ୍କନ୍ଦ ଷଷ୍ଠୀ

ମେଷ
ଆଜି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। କର୍ମକ୍ଷେତ୍ରର ଉଚ୍ଚ ଅଧିକାରୀମାନଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରିବେ। ସନ୍ତାନମାନଙ୍କ କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ। ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ। ପ୍ରତିଦ୍ୱନ୍ଦୀମାନେ ପରାଜିତ ହେବେ।‌

ବୃଷ
ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ । ଅପେକ୍ଷା ରତ ଶୁଭ ସମାଚାର ମିଳିପାରେ।

ମିଥୁନ
ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ।କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। ଅଫିସ୍ ରେ ମନମାଳିନ୍ୟ ହୋଇପାରେ। ତେଣୁ ସାବଧାନ ରହିବା ଆବଶ୍ୟକ ଅଟେ।

କର୍କଟ
ଆଜି କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ସମସ୍ଯା ଦେଖାଦେଇପାରେ। ଶାରୀରିକ ପୀଡ଼ା ମାନସିକ ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବେ। ଆୟ ବୃଦ୍ଧି ଘଟିବ, ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ପ୍ରେମ ପ୍ରସଂଗରେ ମନମାଳିନ୍ୟ ହୋଇପାରେ। ଯାତ୍ରାରେ ସତର୍କତା ଅବଲମ୍ବନ କରନ୍ତୁ । ଅପରାହ୍ନରେ କୋୖଣସି ଶୁଭ ଖବର ଶୁଣିପାରନ୍ତି ।

ସିଂହ
ଆଜି ନକାରାତ୍ମକ ବିଚାର ହତାଶା ସୃଷ୍ଟି କରିବ। ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ମାତା-ପିତାଙ୍କର ସହିତ ମତଭେଦ ହୋଇପାରେ। ଜମି, ବାସଗୃହ ତଥା ବାହନ ଆଦି ର କ୍ରୟ କରି ପାରନ୍ତି। ଛାତ୍ର ଛାତ୍ରୀମାନେ ଆଜି ସଫଳତା ହାସଲ କରିବେ।

କନ୍ୟା
ଆଜି ବିନା ଭାବି ବିଚାରି କୌଣସି କାର୍ଯ୍ୟ କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ସେତେବେଳେ ଆପଣଙ୍କୁ ମିଳିବ ଯେତେବେଳେ, ପ୍ରତିଯୋଗୀମାନଙ୍କୁ ପରାସ୍ତ କରି ପାରିବେ। ଭାଇବନ୍ଧୁ ଏବଂ ପଡ଼ୋଶୀମାନଙ୍କ ସହିତ ଖୂବ ଭଲ ସମ୍ବନ୍ଧ ରହିବ। ଆର୍ଥିକ ଲାଭ ମଧ୍ୟ ହେବ।

ତୁଳା
ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ଯଗିରଖି ଚଳନ୍ତୁ କାହା ସହିତ ମନମାଳିନ୍ୟ ହୋଇପାରେ। ମାନସିକ ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବେ।ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବା ପୂର୍ବରୁ ଭାବି ବିଚାରି ନିଷ୍ପତ୍ତି ନିଅନ୍ତୁ। ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

ବିଛା
ଆଜି ମନ ଖୁସି ଏବଂ ପ୍ରଫୁଲ୍ଲିତ ରହିବ। ମିତ୍ରମାନଙ୍କ ସହିତ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି,ଉତ୍ତମ ଭୋଜନ ପ୍ରାପ୍ତିର ଯୋଗ ରହିଛି।। ଜୀବନସାଥୀଙ୍କ ସହିତ ହସ ଖୁସିରେ ଦିନଟି ଅତିବାହିତ କରିବେ। ଆର୍ଥିକ ଲାଭ ହେବ। ଶୁଭ ସମାଚାର ପ୍ରାପ୍ତ ହେବ।

ଧନୁ
ଆଜିର ଦିନ ଆପଣଙ୍କପାଇଁ ଟିକେ କଷ୍ଟଦାୟକ ହୋଇପାରେ। ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପାରିବାରିକ ସଦସ୍ୟମାନଙ୍କ ସହିତ କଳହ କାରଣରୁ ମନ ଭାରାକ୍ରାନ୍ତ ହେବ। କୋର୍ଟ-କଚେରୀ ମାମଲାରେ ସାବଧାନ ରହିବେ। ଅଧିକ ଖର୍ଚ୍ଚ ହେବାରୁ ଆର୍ଥିକ ଅସୁବିଧା ଆସିପାରେ।

ମକର
ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ମିତ୍ର ତଥା ବନ୍ଧୁମାନଙ୍କ ସହିତ ବାହରକୁ ଯାତ୍ରା କରିପାରନ୍ତି। ମହିଳାମାନେ ଆଶା କରୁଥିବା ଦିଗରୁ ଅର୍ଥ ମାନ ସମ୍ମାନ ପ୍ରତିଷ୍ଠା ପାଇବେ। ଯୁବକ-ଯୁବତୀମାନଙ୍କର ବୈବାହିକ ସମସ୍ୟାର ସମାଧାନ ହେବ।

କୁମ୍ଭ
ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ନିର୍ଵିଘ୍ନରେ ସମ୍ପୂର୍ଣ୍ଣ ହେବ, ପ୍ରତ୍ୟେକ କାର୍ଯ୍ୟରେ ଆପଣ ଖୁସି ରହିବେ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଅନୁକୂଳ ରହିବ ଏବଂ କାର୍ଯ୍ୟରେ ସଫଳତା ମିଳିବ। ଗୃହସ୍ଥ ଜୀବନରେ ଆନନ୍ଦ ରହିବ। ଧନ ପ୍ରାପ୍ତି ଏବଂ ପଦୋନ୍ନତିର ଯୋଗଅଛି।

ମୀନ
ଆଧ୍ୟାତ୍ମିକତା ପ୍ରତି ମନ ନିବେଶ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଅଚାନକ ଧନ ଲାଭ ହେବ କିନ୍ତୁ ସଞ୍ଚୟ ନହୋଇ ଅଯଥା ବ୍ୟୟ ହୋଇଯାଇ ପାରେ । ନିଜର ଲୋକ ବିରୁଦ୍ଧାଚରଣ କରିବେ ସତର୍କ ରୁହନ୍ତୁ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

 

Comments are closed.