Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ

ଆଜିର ରାଶିଫଳ ତା ୩-୮-୨୦୨୧ ମଙ୍ଗଳବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଅଗଷ୍ଟ ତା ୩ ରିଖ ମଙ୍ଗଳବାର କର୍କଟ ୧୯ ଦିନ ଶ୍ରାବଣ ମାସ କୃଷ୍ଣପକ୍ଷ ଦଶମୀ ତିଥି ରୋହିଣୀ ନକ୍ଷତ୍ର ବୃଷ ଚନ୍ଦ୍ର
ଘାତ ବାର-: ମକର ରାଶିର
ଘାତ ଚନ୍ଦ୍ର-: ବିଛା ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ-: କଳମ୍ଵି ଶାଗ

ମେଷ
ଆଜି ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ସରଳୀକୃତ ହେବ। ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦୂର ହୋଇଯିବ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଆଶଙ୍କାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ।

ପ୍ରତିକାର-ରକ୍ତ ଚନ୍ଦନର ଟିକା ମଥାରେ ଲଗାନ୍ତୁ ।

ବୃଷ
ଆଜି କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯାଗ ରହିଛି ‌। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ‌।

ପ୍ରତିକାର-ମହାଦେବଙ୍କୁ ଦର୍ଶନ କରନ୍ତୁ ଓ କିଛି କଞ୍ଚା କ୍ଷୀରରେ କଳାରାଶି ମିଶାଇ ଶିବଙ୍କ ପାଖରେ ଅର୍ପଣ କରନ୍ତୁ।

ମିଥୁନ
ଆଜି ଆପଣଙ୍କର ଦିନ ମଙ୍ଗଳମୟ ହେବ ‌। ଶତୃମାନେ ପରାଜିତ ହେବେ।ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜି ଯାଇପାରେ ‌। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ବିଦ୍ୟାର୍ଥିମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ।

ପ୍ରତିକାର- ଓମ୍ ଗମ ଗଣପତୟେ ନମଃ ଏହି ମନ୍ତ୍ର କୁ ୨୭ଥର ଜପ କରନ୍ତୁ।

କର୍କଟ
ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇ ପାରେ।ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

ପ୍ରତିକାର-କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ
ଆଜି ମନ ଅସ୍ଥିର ରହିବ। କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍‌ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ।ଏଜେନ୍ସିପ୍‌, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ।

ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।

କନ୍ୟା
ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ। ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

ପ୍ରତିକାର-ସାତଟି ଦୁବ,ସାତଟି ପାନ ପତ୍ର ଗଣେଶଙ୍କୁ ଚଢାନ୍ତୁ।

ତୁଳା
ଆଜିର ଦିନ ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଅନୁକୂଳ ରହିବ। ଖଳକଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।

ପ୍ରତିକାର-ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ ।

ବିଛା
ଆଜି ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିପାରେ ‌। ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦେଖାଦେଇପାରେ।କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ।ଆଜି ଦିନଟି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ।

ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ।

ଧନୁ
ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ‌। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମନା କରି କୃତକାର୍ଯ୍ୟ ହେବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ପ୍ରତିକାର-ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ।

ମକର
ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। ଅଗ୍ନି ଜଳ ଓ ବିଦ୍ୟୁତ୍‌ ପ୍ରତି ସାବଧାନ ରହିବା ଭଲ। କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ମିଳିବ।

ପ୍ରତିକାର-ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ।

କୁମ୍ଭ
ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍‌ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ସହ ମନୋମାଳିନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ନ

ପ୍ରତିକାର-ମା କାଳୀଙ୍କୁ ଦର୍ଶନ କରନ୍ତୁ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ।

ମୀନ
ଆଜିର ଆପଣ ଆତ୍ମିଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଆନନ୍ଦିତ ରହିବେ । ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯାଗ ରହିଛି।ସ୍ବାସ୍ଥ୍ୟରେ ଉନ୍ନତି ଦେଖାଦେବ।ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।

ପ୍ରତିକାର-ଓମ୍ ଭଗବତେ ବାସୁଦେବାୟ ନମଃ ଏହି ମନ୍ତ୍ରକୁ ୨୭ଥର ଜପ କରନ୍ତୁ।

ଜ୍ୟୋତିଷ ବାଣୀ
ଦୁଃଖ କଷ୍ଟରୁ ରକ୍ଷା ପାଇବା ପାଇଁ ସରଳ ପ୍ରତିକାର।
ରାତିରେ ଶୋଇବା ପୁର୍ବରୁ କିଛି କର୍ପୁର ଆଳତୀ କରି ମା ଲକ୍ଷ୍ମୀଙ୍କ ଦଶ ନାମକୁ ଜପ କରି ପୂର୍ବ ଦିଗକୁ ମୁଣ୍ଡ କରି ଶୁଅନ୍ତୁ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.