Latest Odisha News

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶି ଫଳ
ତା୪-୩-୨୦୨୧ ଗୁରୁବାର

ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୨୧ ମସିହା ମାର୍ଚ୍ଚ ତା ୪ ରିଖ ଗୁରୁବାର କୁମ୍ଭ ୨୧ ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ଷଷ୍ଠୀ ତିଥି ବିଶାଖା ନକ୍ଷତ୍ର ତୁଳା ଚନ୍ଦ୍ର
ଘାତ ବାର:- ତୁଳା ଓ କୁମ୍ଭ ରାଶିର
ଆଜିର ନିଷେଧ ଖାଦ୍ୟ :- ପିତା ଦ୍ରବ୍ୟ

ମେଷ
ଆଜି ମାନସିକ ଅଶାନ୍ତି ଓ ପାରିବାରିକ ସମସ୍ଯା ଆପଣଙ୍କୁ ବିଚଳିତ କରାଇବ । ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ବିଳମ୍ବରେ ମିଳିବ। କୌଣସି ପୂର୍ବ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ କଳି ଲାଗିପାରେ।

ବୃଷ
ଆଜି ଆପଣ ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମ ଗୁଡିକ ସହଜରେ ସମ୍ପନ୍ନ କରିପାରିବେ। କଳା, ସାହିତ୍ୟ, ସଙ୍ଗୀତ, କ୍ଷେତ୍ରରେ ସଫଳତା ପାଇବେ । ମାଲିମକଦ୍ଦମାର ନ୍ଯାୟ ଆପଣଙ୍କ ସପକ୍ଷରେ ମିଳିବ ।

ମିଥୁନ
ଆଜି ଅନ୍ୟର ସାହାଯ୍ୟ ଆଜି ଆପଣଙ୍କୁ କର୍ମମୁଖର କରାଇବା ସହ ଆର୍ଥିକ ଉନ୍ନତି ଦିଗରେ ସହାୟକ ହେବ । ବକେୟା ଅର୍ଥ ଲାଭ କରିବେ । ଶିଳ୍ପ, ଶିକ୍ଷା ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ। ଆଲୋଚନା କ୍ଷେତ୍ରରେ କିମ୍ବା ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ ।

କର୍କଟ
ଆଜି ମନ ଚାହୁଁଥିବା ପ୍ରକାରେ କାମ କରିବା କଷ୍ଟକର ହୋଇପାରେ। ବକେୟା ଟଙ୍କା ପାଇବା ସକାଶେ ଯୁକ୍ତିତର୍କ ହୋଇପାରେ । ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଲାଭବାନ ହେବେ । ଶାରୀରିକ ଓ ମାନସିକ ଶାନ୍ତି ମିଳିବ ।

ସିଂହ
ଆଜି ନିଜର କାର୍ଯ୍ୟଦକ୍ଷତା ଓ ଦୃଢ ମନୋବଳ ପ୍ରତ୍ୟେକ କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ। ଗବେଷଣା,ଅଧ୍ୟୟନ ଓ ଅଧ୍ୟାପନା, ପ୍ରତିଯୋଗୀତା କ୍ଷେତ୍ରରେ ଉନ୍ନତି କରିବେ। ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ କୈାଣସି ପ୍ରତିବନ୍ଧକ ରହିବ ନାହିଁ ।

କନ୍ୟା
ଆଜି ବନ୍ଧୁମାନଙ୍କ ସାହାଯ୍ୟ,ସହଯୋଗ ମାଧ୍ୟମରେ କାର୍ଯ୍ୟହାସଲ କରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବିରୋଧୀ ମାନେ ପରାଜୟ ହେବେ ।ଶାରୀରିକ ଓ ମାନସିକ ଶାନ୍ତି ମିଳିବ । ମହିଳାମାନେ ପ୍ରଶଂସନୀୟ ହେବେ ।

ତୁଳା
ଆଜି ନିଜ ଲୋକମାନେ ଶତ୍ରୁତା କଲେ ମଧ୍ୟ କୈାଣସି କାମ ଅଟକି ରହିବ ନାହିଁ । କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ ହେବ। ଶିଳ୍ପ, ବ୍ୟବସାୟରେ ଲାଭବାନ୍‌ ହେବେ। ଅସମ୍ପୂର୍ଣ୍ଣ କାମକୁ ଆଜି ବୁଦ୍ଧି ବଳରେ ସମ୍ପୁର୍ଣ୍ଣ କରିବେ । ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ଜନିତ ଅଶାନ୍ତ ପରିବେଶ ସକାଶେ ଚିନ୍ତା ବଢିପାରେ।

ବିଛା
ଆଜି ସ୍ବାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତିତ ରହିବେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ବାଦବିବାଦ ଦେଖା ଦେବ । ଦୀର୍ଘ ଦିନରୁ ରହି ଆସିଥିବା ଋଣ ପରିଶୋଧ କରିବା ସକାଶେ ଚିନ୍ତିତ ରହି ପାରନ୍ତି।

ଧନୁ
ଆଜି ପାରିବାରିକ କ୍ଷେତ୍ରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ। ଆଶା କରୁଥିବା ଦିଗରୁ ଅପରାହ୍ନରେ କୋୖଣସି ଶୁଭ ଖବର ଶୁଣିପାରନ୍ତି । କୋଟ କଚେରୀ ମାମଲାରେ ବିଜୟ ଲାଭ କରିବେ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ କୃତିତ୍ବ ଅର୍ଜନ କରିବେ ।

ମକର
ଆଜି ପ୍ରତିକୂଳ ପରିସ୍ଥିତିକୁ ଦୂରେଇବାରେ ସମର୍ଥ ହେବେ। ଜମିଜମା, ବିବାଦୀୟ କ୍ଷେତ୍ରରେ ସଫଳତା ପାଇବେ ।ବ୍ୟବସାୟ ଓ ବାଣିଜ୍ୟ, ପ୍ରଶାସନିକ ସ୍ତରରେ ଉନ୍ନତି ଘଟିବ। ନିର୍ମାଣାଧୀନ କାମକୁ ଆଗେଇ ନେବେ ।

କୁମ୍ଭ
ଆଜି ଆପଣାକୁ ପ୍ରତ୍ୟେକ ଦିଗରୁ ସଫଳତା ମିଳିବ । ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ଶୁଭପ୍ରଦ ହେବ।ଆନୁଷ୍ଠାନିକ କାମ,ସଭାସମିତି, ସାହିତ୍ୟ ଚର୍ଚ୍ଚା, କ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ପୂର୍ବ ପରି ସୁଦୃଢ଼ ରହିବ ।

ମୀନ
ଆଜି ଦୀର୍ଘ ଦିନରୁ ଚିନ୍ତା କରିଥିବା ନୂତନ ଯୋଜନା କାର୍ଯ୍ୟକାରୀ କରିବେ । ଦାମ୍ପତ୍ୟ ଜୀବନରେ ମନାନ୍ତର ହୋଇ ପାରେ। ଯେତେ ଭଲ କାମ କଲେ ମଧ୍ୟ ପରିବାରରେ ଅନ୍ୟମାନେ ଦୋଷ ଖୋଜିବେ । ପିଲା ମାନଙ୍କୁ କେନ୍ଦ୍ରକରି ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ।

ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.