Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୪-୪-୨୦୨୧

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଅପ୍ରେଲ ୪ ତାରିଖ ରବିବାର ମୀନ ୨୨ ଦିନ ଚୈତ୍ର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ପୂର୍ବାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର 
ଆଜିର ଘାତ ବାରମେଷ ରାଶିର
ଆଜିର ଘାତ ଚନ୍ଦ୍ରତୁଳା କୁମ୍ଭ ରାଶି ପୁରୁଷ ଓ ବୃଷ ମିଥୁନ ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ : ନଡ଼ିଆ

ମେଷ
ଆଜି ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ ଯାହା ଫଳରେ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ ‌। ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହନ ଚଳାଚଳରେରେ ସତର୍କ ରୁହନ୍ତୁ।

ବୃଷ
ଆଜି ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ଆଜି ବନ୍ଧୁମିଳନ ହେବ ମନ ପ୍ରଫୁଲ୍ଲିତ ରହିବ। । ବ୍ୟବସାୟ, ପରିବହନ ପାଇଁ ଦିନଟି ଅନୁକୂଳ ରହିବ ‌। ଆଜି କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।

ମିଥୁନ
ଆଜି ଆକସ୍ମିକ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି କରିପାରେ। ବହୁଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଅପ୍ରିୟ ସତ୍ଯକଥା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବା ହୋଇ ଯାଇପାରେ ‌।

କର୍କଟ
ଆଜି ପାରିବାରିକ କ୍ଷେତ୍ରରେ ଅଶାନ୍ତି ଯୋଗୁ ମାନସିକ ଅସ୍ଥିରତା ଦେଖାଦେଇପାରେ। କେହି ଜଣେବ୍ୟକ୍ତି ପରୋକ୍ଷଭାବେ ଶତ୍ରୁତା କରି ଅସୁବିଧାରେ ପକାଇପାରେ। ଛାତ୍ର ଛାତ୍ରୀମାନେ ସମସ୍ତ ଦିଗରେ ସଫଳତା ହାସଲ କରିବେ ‌। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ।

ସିଂହ
ଆଜି ରାଜନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ। କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନରେ ପାଇପାରିବେ।କୈ।ଣସି ମାଙ୍ଗଳିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋର୍‌ଦାର କରିପାରନ୍ତି। କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍ଧ ହୋଇପାରନ୍ତି।

କନ୍ୟା
ଆଜି ବନ୍ଧୁଙ୍କ ପରାମର୍ଶାନୁଯାୟୀ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। କୈ।ଣସି ସାଙ୍ଗଠନିକ ସ୍ତରରେ ନେତୃତ୍ୱ ନେଇ ସଫଳତା ହାସଲ କରିବେ। ପ୍ରଶାସନିକ ସ୍ତରରେ ଦକ୍ଷତାଭିତ୍ତିକ ପ୍ରଶଂସନୀୟ କାମ କରିବେ।

ତୁଳା
ଆଜି ପ୍ରତ୍ୟେକ ସ୍ତରରେ ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ।ବ୍ୟବସାୟ,ପରିବହନ କ୍ଷେତ୍ରରେ ଲାଭବାନ ହେବେ। କ୍ରୀଡ଼ା କ୍ଷେତ୍ରରେ ବିଜୟୀ ହେବେ। ଧାର୍ମିକ ସଭାସମିତିରେ ଯୋଗ ଦେବାକୁ ପଡ଼ିପାରେ । ପିତାମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।

ବିଛା
ଆଜି ଆପଣ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପାରିବାରିକ ବିଶୃଙ୍ଖଳା ଦେଖା ଦେଇପାରେ। ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ।

ଧନୁ

ଆଜି ଆପଣ ଆତ୍ମୀୟସ୍ବଜନ କିମ୍ବା ପାଖ ପଡ଼ୋଶୀଙ୍କ ଠାରୁ ସହଯୋଗ ଲାଭକରି କାମଟିକୁ ପୂରା କରିପାରିବେ। ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଲାଭ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ।

ମକର
ଆଜି ଏଣୁତେଣୁ ଗୁଡ଼ାଏ କଥା ମନରେ ସ୍ଥାନ ଦେବା କାରଣରୁ ମନ ସନ୍ଦେହ ଅବିଶ୍ବାସ ସୃଷ୍ଟି ହେବ।ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ ‌। ସେମାନଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ,ଏଣୁ ମନଟା ସାମୟିକ ଭାବରେ ଆଶ୍ୱସ୍ତି ଲାଗିବ। ପରିବାରରେ ସୁଖଶାନ୍ତି ସାଙ୍ଗକୁ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ବିତ କରିବେ।

କୁମ୍ଭ
ଆଜି ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ମନ ବୁଝିଲା ଭଳି କଥା କହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ସହ ବନ୍ଧୁ ମିଳନ ସହିତ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।ସଭା ସମିତି କିମ୍ବା କୌଣସି ଅନୁଷ୍ଠାନ ତରଫରୁ ସମ୍ମାନୀତ ହୋଇପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ବାଦ ବିବାଦ ଦେଖାଦେଇପାରେ ‌।

ମୀନ
ଆଜି ପୂର୍ବ ଯୋଜନାକୁ କାର୍ଯ୍ୟକାରୀ କରିବା ବିଷୟରେ ବନ୍ଧୁଙ୍କ ସହ ଖୋଲାଖୋଲି ଆଲୋଚନା କରିବା ଭଲ ହେବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଯେଉଁଥିପାଇଁ ଆଶଙ୍କା କରୁଥିଲେ, ସେଥିରେ କିଛି ହେବ ନାହିଁ। ତରବରିଆ ଭାବେ କାର୍ଯ୍ୟ କରନ୍ତୁ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.