Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୪-୮-୨୦୨୧ ବୁଧବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଅଗଷ୍ଟ ତା ୪ ରିଖ ବୁଧବାର କର୍କଟ ୨୦ ଦିନ ଶ୍ରାବଣ ମାସ କୃଷ୍ଣପକ୍ଷ ଏକାଦଶୀ ତିଥି ମୃଗଶିରା ନକ୍ଷତ୍ର ବୃଷ ଚନ୍ଦ୍ର
ଘାତ ବାର-: କର୍କଟ ରାଶିର
ଘାତ ଚନ୍ଦ୍ର-: ବିଛା ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ-: ଶିମ୍ବ
ଆଜି-କାମିକା ଏକାଦଶୀ

ମେଷ:
ଆଜି ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ହେବେ। ଧନଲାଭର ଯୋଗ ରହିଛି। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ପ୍ରତିକାର-ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ।

ବୃଷ:
ଆଜି ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଦେଖାଦେବ ‌। ମହିଳାମାନେ ଘରେ ବାହାରେ ସବୁଠି ପ୍ରସଶନୀୟା ହେବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।

ପ୍ରତିକାର-ମା କାଳୀଙ୍କ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ।

ମିଥୁନ:
ଆଜି କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବେ। ଆର୍ଥିକ ଉନ୍ନତି ଘଟିବ ଯାହା ଫଳରେ ଭାରାକ୍ରାନ୍ତର ମନ ପ୍ରଫୁଲ୍ଲିତ ରହିବ। ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଯାନ ବାହାନ ଚଳାଚଳରେ ସାବଧାନତା ଅବଲମ୍ବନ କରନ୍ତୁ।

ପ୍ରତିକାର-ଅଶ୍ବତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀର କଳାରାଶି ମିଶାଇ ଢାଳନ୍ତୁ ।

କର୍କଟ:
ଆଜି ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲରେ କଟିବ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସଙ୍କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।

ପ୍ରତିକାର-ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ।

ସିଂହ:
ଆଜି ଦୈବୀ କୃପା ଲାଭ କରିବା ସହିତ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ସ୍ବାଦିଷ୍ଠ ଭୋଜନ ମିଳିବ। ସ୍ବାସ୍ଥ୍ୟ ପ୍ରତି ଟିକେ ଧ୍ଯାନ ଦିଅନ୍ତୁ।

ପ୍ରତିକାର- ଗୁଡ଼ ପାଣିରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରନ୍ତୁ

କନ୍ୟା:
ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। କୋୖଣସି ଅନୁଷ୍ଠାନ ତରଫରୁ ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ମିଳିବ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।

ପ୍ରତିକାର-ସାତଟି ପାନ ପତ୍ର ଗଣେଶଙ୍କୁ ଚଳାନ୍ତୁ।

ତୁଳା:
ଆଜି ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବ୍ୟବସାୟୀମାନେ ଲାଭବାନ ହେବେ। ଯାନ ବାହାନ ପ୍ରାପ୍ତିର ଯୋଗ ରହିଛି।

ପ୍ରତିକାର-ଦରିଦ୍ର ଅସହାୟ ବ୍ୟକ୍ତିଙ୍କୁ କିଛି ଖାଦ୍ୟ ପ୍ରଦାନ କରନ୍ତୁ।

ବିଛା:
ଆଜି ମନରେ ଧାର୍ମିକ ଚିନ୍ତାଧାରା ସୃଷ୍ଟି ହେବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିବ।

ପ୍ରତିକାର-ଗାୟତ୍ରୀ ମନ୍ତ୍ରକୁ ୨୭ଥର ଜପ କରନ୍ତୁ ।

ଧନୁ:
ଆଜି ଦିନଟି ଆର୍ଥିକ ଲାଭ ପାଇଁ ଭଲ ରହିବ । କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।

ପ୍ରତିକାର-ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ ।

ମକର:
ଆଜି ପରିବାରରୁ ସ୍ନେହ ଶ୍ରଦ୍ଧା ସହାନୁଭୂତି ପାଇବେ । ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।

ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ।

କୁମ୍ଭ:
ଆଜି ପିତାମାତାଙ୍କ ଆଶ୍ରିର୍ବାଦରୁ ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ବକେୟା ପ୍ରାପ୍ୟ ପାଇଁ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ମିଳିବ।

ପ୍ରତିକାର- କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ:
ଆଜି ଆଧାତ୍ମିକ ଭାବନାରେ ସମୟ କଟିବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ। କଳା ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।

ଜ୍ୟୋତିଷ ବାଣୀ-
ବିବାହ ବିଳମ୍ବ ହେଉଥିଲେ ଶିଘ୍ର ବିବାହ ପାଇଁ ସରଳ ପ୍ରତିକାର।
ପାଞ୍ଚୋଟି ଗୁରୁବାର ୨୫୦ଗ୍ରାମ ଓଜନର ବୁଟ ଡାଲି ଗୈାର ବର୍ଣ୍ଣ ବ୍ରାହ୍ମଣଙ୍କୁ ଦାନ କରନ୍ତୁ ତା ସହିତ ଅଟାରେ ତିଆରି ଗୋଟିଏ କାକରା ଗାଈକୁ ଖାଇବାକୁ ଦିଅନ୍ତୁ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.