Latest Odisha News

BREAKING NEWS

ଜାଣନ୍ତୁ , କେମିତି କଟିବ ଆଜିର ଦିନ

 ଆଜିର ରାଶିଫଳ
ତା ୬-୩-୨୦୨୧ ଶନିବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ମାର୍ଚ୍ଚ ତା ୬ ରିଖ ଶନିବାର କୁମ୍ଭ ୨୩ ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଜ୍ୟେଷ୍ଠା ନକ୍ଷତ୍ର ବିଛା ଚନ୍ଦ୍ର
ଆଜିର ଘାତ ବାର- ବୃଷ ସିଂହ ଓ କନ୍ୟା ରାଶିର
ଆଜିର ଘାତ ଚନ୍ଦ୍ର-ସିଂହ ଓ କନ୍ୟା ମକର ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ- ନଡ଼ିଆ

ମେଷ:
ଆଜି ମନ ଖୁସି ଏବଂ ପ୍ରଫୁଲ୍ଲିତ ରହିବ। ମିତ୍ରମାନଙ୍କ ସହିତ ଉତ୍ତମ ଭୋଜନ, ଯାତ୍ରା କିମ୍ବା ସାକ୍ଷାତର ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ଆତ୍ମୀୟତାର ସୁଯୋଗ ଆସିବ। ଆର୍ଥିକ ଲାଭ ହେବ। ଶୁଭ ସମାଚାର ପ୍ରାପ୍ତ ହେବ।

ବୃଷ:
ଆଜି ଆଧ୍ୟାତ୍ମିକତା ପ୍ରତି ରୁଚି ବଢ଼ିବ। ବାଣୀ ତଥା ବ୍ୟବହାର ଉପରେ ନିୟନ୍ତ୍ରଣ ରଖିଲେ ବହୁତ ଭ୍ରମଧାରଣାରୁ ବଞ୍ଚିତ ହୋଇପାରିବେ। ଅଚାନକ ଧନ ଲାଭ ହେବ। ଶତ୍ରୁମାନେ ପରାଜିତ ହେବେ। ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନଶୀଳା ହେବେ।

ମିଥୁନ:
ଆଜି ଆପଣଙ୍କର କାହା ସହିତ ମନୋମାଳିନ୍ୟ ହୋଇ ପାରେ। ମନ ମାନସିକ ଅସ୍ଥିର କରାଇବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବା ପୂର୍ବରୁ ଭାବି ବିଚାରି ନିଅନ୍ତୁ। ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

କର୍କଟ:
ଆଜି ଜୀବନର ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ମିତ୍ର ତଥା ବନ୍ଧୁମାନଙ୍କ ସହିତ ବାହରକୁ ଯାତ୍ରା କରିପାରନ୍ତି। ମାଙ୍ଗଳିକ ପ୍ରସଙ୍ଗରେ ଆଲୋଚନା କରିବେ। ମହିଳାଙ୍କର କାର୍ଯ୍ୟ ଆଦରଣୀୟ ହେବ।

ସିଂହ:
ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ ।ବନ୍ଧୁ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।

କନ୍ୟା:
ଆଜି ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ନିର୍ଵିଘ୍ନରେ ସମ୍ପୂର୍ଣ୍ଣ ହେବ । ବହୁ ଦିନରୁ ଅଟକି ଥିବା ଅର୍ଥ ମିଳିବ ଯାହାଫଳରେ ଆପଣ ଖୁସି ରହିବେ।ଚାକିରି-ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଅନୁକୂଳ ରହିବ ।

ତୁଳା:
ଆଜିର ଦିନ ଆପଣଙ୍କପାଇଁ ଟିକେ କଷ୍ଟଦାୟକ ହୋଇପାରେ। ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପାରିବାରିକ ସଦସ୍ୟମାନଙ୍କ ସହିତ କଳହ କାରଣରୁ ମନଦୁଃଖ ହେବ। କୋର୍ଟ-କଚେରୀ ମାମଲାରେ ସାବଧାନ ରହିବେ। ଅଧିକ ଖର୍ଚ୍ଚ ହେବାରୁ ଆର୍ଥିକ ଅସୁବିଧା ଆସିପାରେ।

ବିଛା: 
ଆଜି ଆପଣଙ୍କ କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। ଅଫିସରେ ମନୋମାଳିନ୍ୟ ହୋଇପାରେ। ତେଣୁ ସାବଧାନ ରହିବା ଆବଶ୍ୟକ ଅଟେ।

ଧନୁ:
ଆଜି ମାନସିକ ଅସୁସ୍ଥତା ଆପଣଙ୍କୁ ଅସୁବିଧା କରିପାରେ। ସ୍ଵାସ୍ଥ୍ୟ ସମ୍ବନ୍ଧରେ ଚିକିତ୍ସକ ଙ୍କ ପରାମର୍ଶ ନେବାକୁ ପଡ଼ିପାରେ। ଚାକିରିରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନ ପୂର୍ବକ କାର୍ଯ୍ୟ କରନ୍ତୁ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ। ପ୍ରତିଦ୍ୱନ୍ଦୀ ନିଜର ଚାଲରେ ସଫଳ ହେବେ।

ମକର:
ଆଜି ହସଖୁସି ଦେଖାଦେବ। ଜୀବନ ସାଥୀର ଭରସା ଉତ୍ସାହ ପ୍ରେରଣା ଆପଣଙ୍କୁ ଅନେକାଂଶରେ ସଫଳତା ଆଣି ଦେବ। ସ୍ଵାସ୍ଥ୍ୟକୁ ନେଇ କରି ମଧ୍ୟ ଅସୁବିଧା ହୋଇପାରେ। ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ପ୍ରେମ ପ୍ରସଂଗରେ ହୋଇପାରେ। ଯାତ୍ରାରେ ଅସୁବିଧା ଆସିପାରେ।

କୁମ୍ଭ:
ଆଜି ଭାବପ୍ରବଣତାର ସହ କୌଣସି କାର୍ଯ୍ୟ କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ସେତେବେଳେ ଆପଣଙ୍କୁ ମିଳିବ ଯେତେବେଳେ, ପ୍ରତିଯୋଗୀମାନଙ୍କୁ ପରାସ୍ତ କରି ପାରିବେ। ଭାଇବନ୍ଧୁ ଏବଂ ପଡ଼ୋଶୀମାନଙ୍କ ସହିତ ଖୂବ ଭଲ ସମ୍ବନ୍ଧ ରହିବ। ଆର୍ଥିକ ଲାଭ ମଧ୍ୟ ହେବ।

ମୀନ:
ଆଜି ଶୁଭାଶୁଭ ମିଶ୍ରିତ ଫଳ ମିଳିବ।ନକାରାତ୍ମକ ବିଚାର ହତାଶା ସୃଷ୍ଟି କରିବ। ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ମାତା-ପିତାଙ୍କର ସହିତ ମତଭେଦ ହୋଇପାରେ। ଜମି, ବାସଗୃହ ତଥା ବାହନ ଆଦିର କାଗଜପତ୍ରରେ ସାବଧାନ ରୁହନ୍ତୁ ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.