Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଅପ୍ରେଲ ୬ ତାରିଖ ମଙ୍ଗଳବାର ମୀନ ୨୪ଦିନ ଚୈତ୍ର ମାସ କୃଷ୍ଣପକ୍ଷ ଦଶମୀ ତିଥି ଶ୍ରବଣା ନକ୍ଷତ୍ର ମକର ଚନ୍ଦ୍ର
ଆଜିର ଘାତ ବାରମକର ରାଶିର
ଆଜିର ଘାତ ଚନ୍ଦ୍ର- ସିଂହ ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ : କଳମ୍ଵି ଶାଗ 

ମେଷ
ଆଜି ଆପଣ ଯାହା ଚାହୁଁଛନ୍ତି ତାହା ପାଇବେ‌। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଦୂର ଯାତ୍ରାର ଯୋଗ ରହିଛି ଯାତ୍ରାରେ କାର୍ଯ୍ୟସିଦ୍ଧି ହେବ‌। ପାରିବାରିକ ଜୀବନ ସୁଖମୟ ହେବ ।ଧନ ମାନ ସମ୍ମାନ ବୃଦ୍ଧି ପାଇବ ।

ବୃଷ
ଆଜିର ଦିନ କର୍ମ ପାଇଁ ଅନୁକୂଳ ରହିବ। ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଆର୍ଥିକ ଅଭାବ ଓ ଅନଟନ ଦୂର ହୋଇଯିବ।

ମିଥୁନ
ଆଜି ବୃଥା ଭ୍ରମଣ ଧନ ହାନୀର ଯୋଗ ରହିଛି । କାର୍ଯ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ। ଆଶା କରୁଥିବା ଅର୍ଥ ପାଇବା ସହଜ ହେବ। ପରିବାର ପାଇଁ ଖର୍ଚ୍ଚାନ୍ତ ହୋଇ ମନସ୍ତାପ କରିବେ। ପରୋକ୍ଷ ଶତ୍ରୁତା କାରଣରୁ ମନ ଭାରାକ୍ରାନ୍ତ ହେବ।
ବିଦ୍ୟାର୍ଥିମାନେ ଶୁଭ ଖବର ଶୁଣିପାରନ୍ତି ‌।

କର୍କଟ
ଆଜି ଅର୍ଥ ସମ୍ପର୍କିତ ସମସ୍ୟା ଦୁଶ୍ଚିନ୍ତାର କାରଣ ପାଲଟି ଯିବ । ଅବଶ୍ୟ ଆଶାନୁରୂପକ ସଫଳତା ହାସଲ କରିବାରେ କେହିଜଣେ ବନ୍ଧୁ ସାହାଯ୍ୟ କରିବେ ।କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ।

ସିଂହ
ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା ସହିତ ବାଦ-ବିବାଦ ଦୂର ହୋଇଯିବ। ପରିବହନ ଓ ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ। ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ଦୂର ହୋଇ ଭ୍ରାତୃ ବୃଦ୍ଧି ପାଇବ। କ୍ରୀଡା କ୍ଷେତ୍ରରେ ସଫଳତା ମିଳିବ।

କନ୍ୟା
ଆଜି ଆପଣଙ୍କ ଅଭିଳାଷ ପୂରଣ ଓ ନୂତନ ଭାବରେ ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟାକଲେ ନିଶ୍ଚିତ ଉପକୃତ ହେବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ ଯାହାଫଳରେ ମନ ପ୍ରଫୁଲ୍ଲିତ ରହିବ। ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନ ଶିଳା ହେବେ‌। ବ୍ୟବସାୟୀମାନଙ୍କ ପାଇଁ ଦିନଟି ଭଲରେ କଟିବ।

ତୁଳା
ଆଜି ଆପଣ ଯଗିରଖି ଚଳନ୍ତୁ ଦାମ୍ପତ୍ୟ ଜୀବନରେ ମନାନ୍ତର ମତାନ୍ତର ଦେଖାଦେଇପାରେ। ପାରିବାରିକ କଳହକୁ ନେଇ ମନରେ ଭୟ ଆଶା ଆଶଙ୍କା ସୃଷ୍ଟି ହେବ। ଅଫିସ୍‌ କାମରେ ଫାଇଲ୍‌ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡ଼ିପାରେ । ନିଜର ଲୋକମାନେ ବିରୋଧ କରିପାରନ୍ତି।

ବିଛା
ଆଜିର ଦିନ ଶୁଭଫଳ ପ୍ରଦାନ କରିବ। ଅଟକି ରହିଥିବା କାମକୁ ସମ୍ପନ୍ନ କରିବାରେ ସମର୍ଥ ହେବେ। ଅତୀତର ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ଏଣୁ ସାବଧାନତା ନିତାନ୍ତ ଦରକାର। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ସଫଳତା ହାସଲ କରିବେ।

ଧନୁ
ଆଜି କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟକୁ ତ୍ବରାନ୍ବିତ କରାଯିବା ପାଇଁ ଅଗ୍ରସର ହେଲେ ସଫଳତା ହାସଲ କରିବେ। ପରିବାରରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦେହ ଭଲ ରହିବା ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆଶା କରିଥିବା ଜିନିଷ ବିଳମ୍ବରେ ପାଇବେ।

ମକର
ଆଜି ନିଜ ଲୋକମାନଙ୍କ ସହଯୋଗ ଲାଭ କରି ନୂତନ କର୍ମାରମ୍ଭ କରିବାରେ ସମର୍ଥ ହେବେ। ବ୍ୟବସାୟ ବାଣିଜ୍ୟରେ ପୂର୍ବ ଅପେକ୍ଷା ଆୟ ସନ୍ତୋଷ ଜନକ ହେବ। ସାହିତ୍ୟ, ସଙ୍ଗୀତ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଯାନ ବାହାନ ପ୍ରାପ୍ତିର ଯାଗ ରହିଛି।

କୁମ୍ଭ
ଆଜି ଆପଣଙ୍କର ଅର୍ଥନୈତିକ ଅଭିବୃଦ୍ଧି ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଯାହାଫଳରେ ମନ ଖୁସୀ ରହିବ । ବନ୍ଧୁଙ୍କ ଜରିଆରେ କୌଣସି ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଶାରୀରିକ ପୀଡ଼ା ଦେଖାଦେଇପାରେ। ମହିଳାମାନେ ଯଗିରଖି ଚଳନ୍ତୁ ଦାମ୍ପତ୍ୟ ଜୀବନରେ ସାମାନ୍ୟ କଥାକୁ ନେଇ ମନରେ ଅଶାନ୍ତି ଦେଖାଦେଇପାରେ।

ମୀନ
ଆଜି ବିଭିନ୍ନ ଦିଗରୁ ଆୟ ବୃଦ୍ଧି ପାଇବ ଯାହାଫଳରେ ଭାରାକ୍ରାନ୍ତ ମନ ପ୍ରଫୁଲ୍ଲିତ ରହିବ।ଧାର୍ମିକକାର୍ଯ୍ୟକ୍ରମରେ ମୁଖ୍ୟ ଭୂମିକା ଗ୍ରହଣ କରି ସମ୍ମାନିତ ହେବେ । ସନ୍ତାନମାନେ ଆଜ୍ଞାଧୀନ ହେବେ ।ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ ‌।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର
ତା ୬ -୪-୨୦୨୧ ମଙ୍ଗଳ ବାର

Leave A Reply

Your email address will not be published.