Latest Odisha News

BREAKING NEWS

ଜାଣନ୍ତୁ ,କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା ୭-୨-୨୦୨୧ ରିଖ ରବିବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଫେବୃୟାରୀ ତା ୭ ରିଖ ରବିବାର ମକର ୨୫ ଦିନ ମାଘ ମାସ କୃଷ୍ଣପକ୍ଷ ଏକାଦଶୀ ତିଥି ଜ୍ୟେଷ୍ଠା ନକ୍ଷତ୍ର ବିଛା ଚନ୍ଦ୍ର
ଆଜିର ଘାତ ବାର-ମେଷ ରାଶିର
ଆଜିର ଘାତ ଚନ୍ଦ୍ର- ସିଂହ କନ୍ୟା ଓ ମକର ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ-ଶିମ୍ବ
ଆଜି -ଷଟ୍ ମିଳାଇ ସର୍ବ ସମ୍ମତ ଏକାଦଶୀ ଓଳାଶୁଣି ଗୁମ୍ଫା ଯାତ୍ରା

ମେଷ:
ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆଧ୍ୟାତ୍ମିକ ଗୁରୁ ଅନ୍ୱେଷଣ କରି ଦୀକ୍ଷା ଗ୍ରହଣ କରିବେ‌। ଆପଣ କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳା ମାନଙ୍କ ଲାଗି ଦିନଟି ଭଲ ରହିବ।

ବୃଷ:
ଆଜି ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ବିଦ୍ୟାର୍ଥିମାନେ ପରିଶ୍ରମର ସୁଫଳ ପାଇବେ।

ମିଥୁନ:
ଆଜିର ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ଦାମ୍ପତ୍ୟ ଜୀବନ ଖୁସିରେ ଭରା ରହିବ।

କର୍କଟ:
ଆଜି ନିଜକୁ ଗୈାରବାନ୍ବିତ ମନେ କରିବେ। ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ। ନିର୍ମାଣ ଧୀନ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ ।ବ୍ୟବସାୟରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ କରିପାରନ୍ତି ‌। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ।

ସିଂହ:
ଆଜି କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ଅର୍ଥ ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ପର୍କ ଭଲ ରହିବ।

କନ୍ୟା:
ଆଜି ସହକର୍ମୀଙ୍କୁ ସାଙ୍ଗରେ ନେଇ ଆଗକୁ ଅଗ୍ରସର ହେବେ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। କୋଟ କଚେରୀ ମାଲି ମୋକଦ୍ଦମାରେ ସଫଳତା ମିଳିବ। ବେପାରରେ ଆୟ ବୃଦ୍ଧି ଘଟିବ।

ତୁଳା:
ଆଜି ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଶୁଭ ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।

ବିଛା:
ଆଜି ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧ୍ଯମ ଓ ପ୍ରିଣ୍ଟ ମିଡିଆ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ହସ ଖୁସିରେ ସମୟ ବିତେଇବେ।

ଧନୁ:
ଆଜି ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟ ମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।

ମକର:
ଆଜି ଆପଣ ଅଫିସ କାମରେ ବ୍ୟସ୍ତ ରହିବେ ଯାହାଫଳରେ ମନ ଭାରାକ୍ରାନ୍ତ ରହିବ।ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ଆଶାନୁରୂପ ଲାଭ ମିଳିବ।ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନମାନେ ନିୟମାନୁବର୍ତ୍ତୀ ହେବେ ।ପାରିବାରିକ ଜୀବନ ସୁଖମୟ ହେବ।

କୁମ୍ଭ:
ଆଜି ଆପଣଙ୍କୁ ମାନସିକ ଶାନ୍ତି ମିଳିବ। ନୂତନ ଯୋଜନାନୁଯାୟୀ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀମାନେ ନୂଆ ନିବେଶରେ ଲାଭବାନ ହେବେ। ବିଦ୍ୟାର୍ଥିମାନେ ପଢାପଢିରେ କୃତକାର୍ଯ୍ୟ ହେବେ।

ମୀନ:
ଆଜି ଆପଣ ନିଜ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟ ବାଣିଜ୍ୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ। ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନଶୀଳା ହେବେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର  ମୋବାଇଲ -୯୪୩୭୨୨୫୪୩୪

Leave A Reply

Your email address will not be published.