Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଅପ୍ରେଲ ୭ ତାରିଖ ବୁଧବାର ମୀନ ୨୫ ଦିନ ଚୈତ୍ର ମାସ କୃଷ୍ଣପକ୍ଷ ଏକାଦଶୀ ତିଥି ଧନିଷ୍ଠା ନକ୍ଷତ୍ର ମକର ଚନ୍ଦ୍ର
ଆଜିର ଘାତ ବାରକର୍କଟ ରାଶିର
ଆଜିର ଘାତ ଚନ୍ଦ୍ର- ସିଂହ ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ ଶିମ୍ବ 
ଆଜି ପାପ ମୋଚନୀ ଏକାଦଶୀ

ମେଷ
ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।

ବୃଷ
ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।

ମିଥୁନ
ଆଜି ଧନ ଓ କାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି ଭାବିଚିନ୍ତି କାର୍ଯ୍ୟ କରନ୍ତୁ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ । ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଭଲ ଲାଗି ନ ପାରେ।

କର୍କଟ
ଆଜି ଅଫିସ୍‌ କାମରେ ବିରକ୍ତିକର କଥା କହି ଅପଦସ୍ଥ ହୋଇପାରନ୍ତି । ପରକଥାରେ ପ୍ରଭାବିତ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। ଜମିଜମା କାରବାର, ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।

ସିଂହ
ଆଜି ଆୟ ତୁଳନାରେ ବ୍ୟୟବୃଦ୍ଧି ହେବ । ଦୂରଯାତ୍ରା କରିବାପାଇଁ ଯୋଜନା ପ୍ରସ୍ତୁତ କରିବେ । ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ମାଲିମକଦ୍ଦମାରେ ସନ୍ତୋଷଜନକ ଫଳ ପାଇବେ।

କନ୍ୟା
ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ନିଶ୍ଚିତ ମିଳିବ । ଆକସ୍ମିକ ଭାବରେ କୈ।ଣଶି କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ । ପରିସ୍ଥିତିରେ ପଡି ଅଯଥା ଖର୍ଚ୍ଚାନ୍ତ ହେବେ। ଦେହ ଆରୋଗ୍ୟ ହେବାସହ ସହିତ ମନ ମଧ୍ୟ ଆନନ୍ଦିତ ରହିବ।*

ତୁଳା
ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ପୂର୍ବ ଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବାର ସୂଚନା ରହିଛି। ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ନୃତ୍ୟ ସଙ୍ଗୀତ ଓ ଅଭିନୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।

ବିଛା
ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି ହେବ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି। ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ। କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଓ ସହାନୁଭୂତି ପାଇବେ।ମନ ଉତ୍‌ଫୁଲ୍ଲିତ ରହିବ।

ଧନୁ
ଆଜି ଆପଣ କର୍ମକ୍ଷେତ୍ରରେ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ପଡୋଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ। ଦୀର୍ଘ ଦିନର ମଉଳି ଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ।

ମକର
ଆଜି ଆପଣ କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ। କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବ ।ଫେରନ୍ତା ବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ବା ଚୋରି ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ସଫଳତା ହାସଲ କରିବେ ।

କୁମ୍ଭ
ଆଜି ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହି କାମକରିବା ଭଲ ହେବ।ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲି ପାରିବେ ନାହିଁ। କୌଣସି ଆନୁଷ୍ଠାନିକ କାମରେ ବ୍ଯସ୍ତ ରହିପାରନ୍ତି। ଆର୍ଥିକ ଦିଗ ଭଲ ରହିବ । ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ।*

ମୀନ
ଆଜି ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ପ୍ରତ୍ୟେକ କର୍ମ ରେ ଶୁଭଫଳ ପାଇବେ। ପାରିବାରରେ ମନାନ୍ତର ମତାନ୍ତର ଦେଖାଦେଇପାରେ ‌। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.