Latest Odisha News

BREAKING NEWS

ଜାଣନ୍ତୁ ,କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା୮-୨-୨୦୨୧ ରିଖ ସୋମବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଫେବୃୟାରୀ ତା ୮ ରିଖ ସୋମବାର ମକର ୨୬ ଦିନ ମାଘ ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି ମୂଳା ନକ୍ଷତ୍ର ଧନୁ ଚନ୍ଦ୍ର
ଆଜିର ଘାତ ବାର- ମିଥୁନ ରାଶିର
ଆଜିର ଘାତ ଚନ୍ଦ୍ର- ତୁଳା କୁମ୍ଭ ରାଶି ପୁରୁଷ ଓ ବୃଷ ମିଥୁନ ରାଶି
ଆଜିର ନିଷେଧ ଖାଦ୍ୟ- ପୋଇ

ମେଷ
ଆଜି ପାରସ୍ପରିକ ମତଭେଦ କାରଣରୁ ଅଫିସରେ କାମ ଗୁଡ଼ିକ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ଅସୁବିଧା ଦେଖା ଦେଇପାରେ। ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ। ଅର୍ଥୀକକ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ।

ବୃଷ
ଆଜି ପାରିବାରିକ ଜୀବନରେ ଭୁଲ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ଶୁଭ ପ୍ରଦ ହେବ । ବହୁଦିନରୁ ହଜି ଯାଇଥିବା ବା ଚୋରି ଯାଇଥିବା ଜିନିଷର ହଠାତ୍‌ ମିଳିଯାଇପାରେ ।

ମିଥୁନ
ଆଜି ପରିବାରରେ ସମସ୍ୟା ଦେଖାଦେଇପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସାବଧାନ ପୂର୍ବକ କାର୍ଯ୍ୟ କରନ୍ତୁ।ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।

କର୍କଟ
ଆଜି ଆପଣଙ୍କୁ କେହିଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ ଏଣୁ ଜଗିରଖି ଭାବି ଚିନ୍ତିତ କାର୍ଯ୍ୟ କରନ୍ତୁ। କୋୖଣସି ଅନୁଷ୍ଠାନ ତରଫରୁ ସମ୍ମାନଜନକ ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ହଜିଯାଇପାରେ।

ସିଂହ
ଆଜି କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସତ୍‌ସଙ୍ଗ ପ୍ରତି ମନ ବଳିବ । ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ଶୁଭ ଫଳ ପାଇବେ। ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।

କନ୍ୟା
ଆଜି ପିଲାମାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ । ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତି ଚାପରେ ପଡ଼ି ଦୂରେଇଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ ।ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିଜମା ସଂପର୍କିତ ସମସ୍ୟା ଦୂରୀଭୂତ ହୋଇଯିବ ।

ତୁଳା
ଆଜି ସ୍ବାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତିତ ରହିବେ। ଧର୍ମ ପତ୍ନୀଙ୍କ ସାହାସ ଧୈର୍ଯ୍ୟ ଆତ୍ମବିଶ୍ବାସ ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି। ସଂଗଠନ ଓ ରାଜନୀତି କ୍ଷେତ୍ରରେ ଶୁଭଫଳ ପାଇବେ।

ବିଛା
ଆଜି ଆକସ୍ମିକଭାବରେ ବନ୍ଧୁମାନଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍‌ ରହିବ। ବ୍ୟବସାୟ ବାଣିଜ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ।

ଧନୁ
ଆଜି କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତିର ଆଶଙ୍କା ରହିଛି । ଆତ୍ମୀୟ ମାନେ ସମାଲୋଚନା କରିପାରନ୍ତି। ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ ବ୍ୟବହାର କରିବା କଷ୍ଟକର ହେବ ‌। ମହିଳାମାନେ ଜଗିରଖି ଚଳନ୍ତୁ ,ଶାରୀରିକ ପୀଡ଼ା ଦେଖାଦେଇପାରେ।

ମକର
ଆଜି ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ। ବାସସ୍ଥାନ ବା ଯାନବାହାନର ଲାଭର ଯୋଗ ରହିଛି।। କର୍ମକ୍ଷେତ୍ରରେ ସାହାଯ୍ୟ ସହାନୁଭୂତି ମିଳିବ। ଆକସ୍ମିକ ଅର୍ଥ ଲାଭହେବ।

କୁମ୍ଭ
ଆଜି ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିିକ ସମସ୍ୟାର ସମାଧାନ ଘଟିବ। ଜଣେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ।

ମୀନ
ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ମତାନ୍ତର ଦେଖାଦେଇପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ। ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପାଇପାରନ୍ତି। କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର  ମୋବାଇଲ-୯୪୩୭୨୨୫୪୩୪

Leave A Reply

Your email address will not be published.