Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୮-୬-୨୦୨୧ ମଙ୍ଗଳବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଜୁନ ତା ୮ରିଖ ମଙ୍ଗଳବାର ବୃଷ ୨୫ ଦିନ ଜ୍ୟେଷ୍ଠ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି କୃତ୍ତିକା ନକ୍ଷତ୍ର ମେଷ ଚନ୍ଦ୍ର
ଘାତ ବାର- ମକର ରାଶିର
ଘାତ ଚନ୍ଦ୍ର- ମେଷ ରାଶିର ଦିନ ଘ୧୨-୨୬ ମିନିଟ୍ ପରେ ବିଛା ରାଶି ପୁରୁଷଙ୍କର
ନିଷେଧ ଖାଦ୍ୟ- ବାଇଗଣ
ଆଜି ଶିବୋପବାସ ବେଢ଼ା ପରିକ୍ରମା

ମେଷ-
ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଯେ କୌଣସି କାର୍ଯ୍ୟ କରିବେ ସେଥିରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ସମସ୍ୟାର ସମାଧାନ ହେବ ଯାହା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ ।

ପ୍ରତିକାର- ଲାଲ୍ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ-
ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ ବହୁ ଦିନର ଆଶା ଅଭିଳାଷ ପୁରଣ ହେବ।ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ ଆୟ ବୃଦ୍ଧି ଘଟିବ।ପାରିବାରିକ ଓ ଗୃହସ୍ଥ ଜୀବନ ସୁଖମୟ ହେବ ।

ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ-
ଆଜି ଅଳ୍ପ ପରିଶ୍ରମରେ ଅଧିକ ଅର୍ଥ ଉପାର୍ଜନ କରିବେ। ପୂର୍ବ ଅପେକ୍ଷା ବ୍ୟବସାୟରେ ଆୟ ବୃଦ୍ଧି ଘଟିବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ ।
ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ-
ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ । ପୂର୍ବରୁ ଲାଗିରହିଥିବା ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟୀମାନେ ଆଶାନୁରୂପ ଲାଭ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ ।

ପ୍ରତିକାର- ଶିବ ପଞ୍ଚାକ୍ଷର ସ୍ତୋତ୍ର ପାଠ କରନ୍ତୁ।

ସିଂହ-
ଆଜି ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ହସ୍ତଗତ ହେବ। ଶତୃମାନେ ପରାଜିତ ହୋଇ ମିତ୍ରତାର ହାତ ବଢାଇବେ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ ।

ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କନ୍ୟା-
ଆଜି କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଗୃହ କିମ୍ବା ଯାନବାହନ କିଣିବାକୁ ଯୋଜନା ପ୍ରସ୍ତୁତ କରିବେ । ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ପ୍ରତିକାର- ଭଗବାନ ବିଷ୍ଣୁ ପୂଜା କରିବା ସହିତ ଘୃତ ଦୀପ ଜାଳନ୍ତୁ।

ତୁଳା-
ଆଜି ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ । ବ୍ୟବସାୟରେ ବାଣିଜ୍ୟରେ ଲାଭବାନ୍ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ ।

ପ୍ରତିକାର- ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ ।

ବିଛା-
ଶରୀର ସୁସ୍ଥ ରହିବ ଓ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଯୁବକ ଯୁବତୀମାନେ କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ ।

ପ୍ରତିକାର- ହନୁମାନଙ୍କ ସିନ୍ଦୂର ମଥାରେ ଲଗାନ୍ତୁ ଓ ହନୁମାନ ଚାଳିଶା ପାଠ କରନ୍ତୁ ।

ଧନୁ-
ଆଜି ଶାରୀରିକ ମାନସିକ ପାରିବାରିକ ଜୀବନ ସୁଖପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନବୃଦ୍ଧି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଲାଗି ରହିଥିବା ଅଶାନ୍ତିର ସମାଧାନ ହେବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ ।

ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ ।

ମକର-
ଶରୀର ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ-
ଆଜି ବୁଦ୍ଧି ବିବେକ ନିଷ୍ଠା ଉଦ୍ୟମ ବଳରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରି ପ୍ରଶଂସା ପାଇବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଶୁଭପ୍ରଦ ହେବ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ।ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ ।

ପ୍ରତିକାର:- ଗୋମାତାକୁ ଦୁବଘାସ ଖାଇବାକୁ ଦିଅନ୍ତୁ ।

ମୀନ-
କର୍ମ କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ମିଳିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପରିବାରରେ ମନାନ୍ତର ହେବାରୁ ମନ ଭାରାକ୍ରାନ୍ତ ରହିବ ।

ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଜ୍ୟୋତିଷ ବାଣୀ-
ଜୀବନରେ ଉନ୍ନତି ଓ ପ୍ରଗତି ଲାଭ କରିବା ପାଇଁ ସରଳ ପ୍ରତିକାର।

ଘୋଡା ଶକ୍ତିର ପ୍ରତୀକ ବାସ୍ତୁଶାସ୍ତ୍ର ଅନୁସାରେ ସାତଟି ଘୋଡା ଦୌଡୁଥିବାର ଦୃଶ୍ୟ ଫଟୋ ଘରେ ଲଗାଇଲେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଦେବା ସହ ଜୀବନରେ ଉନ୍ନତି କରାଇଥାଏ ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.